୪ ମାର୍ଚ୍ଚ, ଶନିବାର: ବିନା କାରଣରେ ଦୋଷୀ ସାବ୍ୟସ୍ତ ହେବେ

ମାନସିକ ଅଶାନ୍ତି ସହ ପାରିବାରିକ ସମସ୍ୟା ଆପଣଙ୍କୁ ବିଚଳିତ କରାଇବ । ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ବିଳମ୍ବରେ ମିଳିବ ।

Rasi

  • Published: Saturday, 04 March 2023
  • , Updated: 04 March 2023, 07:37 AM IST

ମେଷ: ମାନସିକ ଅଶାନ୍ତି ସହ ପାରିବାରିକ ସମସ୍ୟା ଆପଣଙ୍କୁ ବିଚଳିତ କରାଇବ । ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ବିଳମ୍ବରେ ମିଳିବ । କୌଣସି ପୂର୍ବ ସମସ୍ୟାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ କଳି ଲାଗିପାରେ ।

ବୃଷ: ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମଗୁଡିକ ସହଜରେ ସମ୍ପନ୍ନ କରିପାରିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସଫଳତା ପାଇବେ ମାଲିମକଦ୍ଦମାର ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ ।

ମିଥୁନ: ଅନ୍ୟର ସାହାଯ୍ୟ ଆଜି ଆପଣଙ୍କୁ ଆର୍ଥିକ ଦିଗରେ ସହାୟକ ହେବ । ଶିଳ୍ପ, ଶିକ୍ଷା ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଉନ୍ନତି କରିବେ। ବକେୟା ଅର୍ଥ ଲାଭ କରିବେ। ଆଲୋଚନା କ୍ଷେତ୍ରରେ କିମ୍ବା ରାଜନୈତିକ କ୍ଷେତ୍ରରେ ସମ୍ମାନିତ ହେବେ।

କର୍କଟ: ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ମନାନ୍ତର ମତାନ୍ତର ଦେଖାଦେଇପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ନେଇ କାର୍ଯ୍ୟସାଧନ କରିବେ। କିଣାକିଣି ସମୟରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।

ସିଂହ: ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିକ ସମସ୍ୟାର ସମାଧାନ ଘଟିବ, ଏ ଦିଗରେ ଜଣେ ବନ୍ଧୁଙ୍କ ସାହାଯ୍ୟ ଆପଣଙ୍କୁ ଅନେକାଂଶରେ ସଫଳତା ଆଣିଦେବ । ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।

କନ୍ୟା: ପରିବାରରେ ସମସ୍ୟା ବଢ଼ିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକରାତ୍ମକ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ । ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।

ତୁଳା : ବହୁଦିନର ଦୂର ବନ୍ଧୁଙ୍କ ସହିତ ମିଳନ ହେବାରୁ ବ୍ୟବସାୟ ପାଇଁ ସାହାଯ୍ୟ ମାଗିପାରନ୍ତି । ମାଙ୍ଗଳିକ କାର୍ଯ୍ୟ ହେଇପାରୁ ନ ଥିବାରୁ ବ୍ୟସ୍ତତା ବୃଦ୍ଧି ହେବ। ବ୍ୟବସାୟରେ ବାକି ପଡିଥିବା ପଇସା ପାଇଁ ଚିନ୍ତା ବୃଦ୍ଧି ହେବ ।

ବିଛା : ଉଚ୍ଚ ଅଧିକାରୀଙ୍କ ସହିତ ସମ୍ପର୍କ ସୁଦୃଢ ହେବ । ଫଳରେ ମନ ଖୁସି ରହିବ । ରାଜନୀତିରେ ଥିବା ବ୍ୟକ୍ତି ଅଧିକ ପରିଶ୍ରମ କରି ସଫଳତା ପାଇପାରିବେ । ଦୂରସ୍ଥାନକୁ ଗଲାବେଳେ ସାବଧାନତାର ସହିତ ଯାଆନ୍ତୁ ।

ଧନୁ : କର୍ମକ୍ଷେତ୍ରରେ ଖୁସି ଖବର ମିଳିଲେ ମଧ୍ୟ ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ। ପୂଜା କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ ଓ ସୁସ୍ୱାଦୁ ଭୋଜନ କରିବେ । କୌଣସି ସଂଗଠନର ଦାୟିତ୍ୱ ନିର୍ବାହ କରି ପ୍ରଶଂସା ପାଇବେ ।

ମକର: ପ୍ରତିକୂଳ ପରିସ୍ଥିତିକୁ ଦୂରେଇବାରେ ସମର୍ଥ ହେବେ। ଜମିଜମା, ବିବାଦୀୟ କ୍ଷେତ୍ରରେ ସଫଳତା ପାଇବେ। ନିର୍ମାଣାଧୀନ କାମକୁ ଆଗେଇ ନେବେ । ବ୍ୟବସାୟ ଓ ବାଣିଜ୍ୟ, ପ୍ରଶାସନିକ ସ୍ତରରେ ଉନ୍ନତି ଘଟିବ ।

କୁମ୍ଭ: ପ୍ରତ୍ୟେକ ଦିଗରୁ ସଫଳତା ମିଳିବ। ଆର୍ଥିକ ସ୍ଥିତି ପୂର୍ବ ପରି ସୁଦୃଢ଼ ରହିବ ।ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ଶୁଭପ୍ରଦ ହେବ। ଆନୁଷ୍ଠାନିକ କାମ, ସଭାସମିତି, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରେ ପ୍ରଶଂସିତ ହେବେ ।

ମୀନ: ଦୀର୍ଘ ଦିନରୁ ଚିନ୍ତା କରିଥିବା ନୂତନ ଯୋଜନା କାର୍ଯ୍ୟକାରୀ କରିବେ। ଦାମ୍ପତ୍ୟ ଜୀବନରେ ମନାନ୍ତର ହୋଇପାରେ। ଯେତେ ଭଲ କାମ କଲେ ମଧ୍ୟ ପରିବାରରେ ଅନ୍ୟମାନେ ଦୋଷ ଖୋଜିବେ । ପିଲାମାନଙ୍କୁ କେନ୍ଦ୍ରକରି ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ।

Related story