୫ ମାର୍ଚ୍ଚ,ମଙ୍ଗଳବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ

ମେଷ: ଦିନଟି ଭଲରେ କଟିବ। ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବୃଷ: ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ, ସତର୍କ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିବେ।

ମିଥୁନ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନୂଆ ପୋଷାକ କିଣିପାରନ୍ତି।

କର୍କଟ: ପରିବାର ସଦସ୍ୟଙ୍କ ସହ ହସଖୁସିରେ ଦିନ ବିତିବ। ଗହଣା କିଣିପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମାନ-ସମ୍ମାନ ବଢ଼ିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ବ୍ରାହ୍ମଣଙ୍କୁ ବସ୍ତ୍ର ଦାନ କରନ୍ତୁ।

କନ୍ୟା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଗଣେଶଙ୍କୁ ପୂଜା କରନ୍ତୁ।

ତୁଳା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି।

ବିଚ୍ଛା: କୌଣସି କଥାକୁ ନେଇ ବାପାଙ୍କ ସହ ଝଗଡ଼ା ହୋଇପାରେ। ବିବାହ ସ୍ଥିର ହୋଇପାରେ। କାଉକୁ ରୁଟି ଖାଇବାକୁ ଦିଅନ୍ତୁ।

ଧନୁ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ବିଦ୍ୟାର୍ଥୀମାନେ ପାଠପଢ଼ାରେ ସଫଳତା ପାଇବେ। ଜୀବନସାଥୀଙ୍କ ସହଯୋଗ ମିଳିବ।

ମକର: କୌଣସି କଥାକୁ ନେଇ ଆଜି ଚିନ୍ତିତ ରହିବେ। କାହାକୁ ଋଣ ଦିଅନ୍ତୁ ନାହିଁ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ପ୍ରଶସିଂତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଜଳାଶୟଠାରୁ ଦୂରେଇ ରୁହନ୍ତୁ। କାହାକୁ ରାଗିକି କଥା କୁହନ୍ତୁ ନାହିଁ।

ମୀନ: ବାପାଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଧଳା ବସ୍ତ୍ର ଭିକାରୀଙ୍କୁ ଦାନ କରନ୍ତୁ।