ମେଷ: ପାରିବାରିକ ଜୀବନ ଓ କର୍ମକ୍ଷେତ୍ର ସରଳୀକୃତ ହେବ । ବହୁ ଦିନର ମନାନ୍ତର, ମତାନ୍ତର ଦୂର ହୋଇଯିବ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ। ଆଶଙ୍କା ଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ ।
ବୃଷ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ । କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ ଆଦୃତ ହୋଇପାରନ୍ତି । ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ ।
ମିଥୁନ: ଆଜି ଦିନଟି ମଙ୍ଗଳମୟ ହେବ । ଶତ୍ରୁମାନେ ପରାଜିତ ହେବେ। ଅନ୍ୟ ମନସ୍କତା ହେତୁ କୌଣସି ଜିନିଷ ହଜିଯାଇପାରେ । ବିଦ୍ୟାର୍ଥୀମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ।
କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇପାରେ, ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ। ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି । ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।
ସିଂହ : ମନ ଅସ୍ଥିର ରହିବ । କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି । ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ। ଏଜେନ୍ସି, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ ।
କନ୍ୟା: ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିପାରିବେ। କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । କାର୍ଯ୍ୟାଳୟ କିମ୍ବା କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।
ତୁଳା: ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ଦିନଟି ଅନୁକୂଳ ରହିବ। ଖଳ କଥାରେ ପ୍ରଭାବିତ ହୋଇ ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ।
ବିଛା: ସମ୍ପର୍କୀୟଙ୍କ କାର୍ଯ୍ୟକଳାପ ଯୋଗୁ ଅସନ୍ତୁଷ୍ଟ ରହି ପାରନ୍ତି। ପରିବାରରେ ମତାନ୍ତର ଦେଖାଦେଇପାରେ। କିଛି କହିବା ଅପେକ୍ଷା ନୀରବ ରହିପାରିଲେ ଭଲ ହେବ। ଆଜି ଦିନଟି ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ ।
ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ । କରଜଦାତାଙ୍କ ଚାପ ପଡ଼ିବା ହେତୁ ବ୍ୟସ୍ତତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ଚତୁରତାର ସହ ସାମ୍ନା କରି କୃତକାର୍ଯ୍ୟ ହେବେ ।
ମକର: ଆତ୍ମୀୟ ସ୍ୱଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ। କିନ୍ତୁ ଅଗ୍ନି, ଜଳ ଓ ବିଦ୍ୟୁତ ପ୍ରତି ସାବଧାନ ରହିବା ଭଲ। ଆକସ୍ମିକ ଭାବେ ଖର୍ଚ୍ଚଭାର ବୃଦ୍ଧି ପାଇବା ହେତୁ ଚିନ୍ତା ପ୍ରକଟ କରିପାରନ୍ତି । କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ମିଳିବ ।
କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିବ। ଭୁଲ ବୁଝାମଣା ହେତୁ ପତ୍ନୀଙ୍କ ସହ ମନାନ୍ତର ଦେଖାଦେଇପାରେ । ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ । ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।
ମୀନ: ଆପଣ ଆତ୍ମୀୟଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଆନନ୍ଦିତ ରହିବେ । ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଶତ୍ରୁମାନେ ପରାଜିତ ହେବେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।