ମେଷ: ସମସ୍ତ ଦିଗରେ ସଫଳତା ମିଳିବ । କୋର୍ଟ-କଚେରୀର ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ । ପରିବାରରେ ସୁଖ-ଶାନ୍ତି ପୂର୍ବ ପରି ଅତୁଟ ରହିବ । ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ। ମହିଳାମାନେ ଆଶା କରୁଥିବା ଦିଗରୁ ସଫଳତା ପାଇବେ ଓ ଦେହ ମନ ସୁସ୍ଥ ରହିବ ।
ବୃଷ : ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ । ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ । ସାହିତ୍ୟ ସଙ୍ଗୀତ ଅଭିନୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ । ଗୃହିଣୀମାନେ ହସ ଖୁସିରେ ଦିନ ଅତିବାହିତ କରିବେ । କଥା ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଅଯଥାରେ ପାଟିତୁଣ୍ଡ ହୋଇ ପାରେ ।
ମିଥୁନ: ଆଶା କରୁଥିବା ଦିଗରୁ ଅର୍ଥ ମାନ ସମ୍ମାନ ଲାଭ କରିବେ । ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ । ଗୁରୁଜନମାନଙ୍କ ଭଲ ପାଇବା ଲାଭ କରିବେ । କୌଣସି ସାମାଜିକ କାର୍ଯ୍ୟରେ ଯୋଗଦେବାକୁ ପଡ଼ିପାରେ । ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ପାଇବ। ଯାହାଫଳରେ ମନ ପ୍ରଫୁଲିତ ରହିବ ।
କର୍କଟ: ବ୍ୟବସାୟରେ ଲାଭ ମିଳିବ ଓ ବାକି ପଡ଼ିଥିବା ଅର୍ଥ ଆଦାୟ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ। ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବ ଏବଂ ଦୂରସ୍ଥାନକୁ ଗଲାବେଳେ ସାବଧାନତାର ସହିତ ଯାଆନ୍ତୁ ।
ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।
କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।
ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।
ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।
ଧନୁ:ନୂତନ ବ୍ୟବସାୟ ଆରମ୍ଭ କରିବେ ଓ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ । ରାଜନୀତିରେ ଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ ।
ମକର: ବ୍ୟବସାୟରେ ଲାଭ ପାଇବାରୁ ଘରପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ। ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଖୁସି ଖବର ପ୍ରାପ୍ତି ହେବ ଓ ସୁସ୍ୱାଦୁ ଭୋଜନ କରିବେ ।
କୁମ୍ଭ: କର୍ମକ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବେ । ଦେହ ମନ ସୁସ୍ଥ ରହିବ । ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ମହିଳାମାନେ ଆଶା କରୁଥିବା ଦିଗରୁ ସଫଳତା ପାଇବେ। ବିଦ୍ୟାର୍ଥିମାନେ ପଢାପଢ଼ାରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ
ମୀନ: କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବ, ଯାହା ଫଳରେ ମନ ପ୍ରଫୁଲିତ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଘରେ ବାହାରେ ସବୁଠି ଆଦର ସମ୍ମାନ ପ୍ରତିଷ୍ଠା ମିଳିବ । ଶରୀର ସୁସ୍ଥ ଓ ମନ ପ୍ରଫୁଲିତ ରହିବ । ନୂତନ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ ।