ମେଷ: ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ। ଭ୍ରମଣର ଯୋଗ ରହିଛି। ବ୍ୟବସାୟରେ ସମସ୍ୟା ଦେଖା ଦେଇପାରେ।
ବୃଷ: ପାରିବାରିକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ। କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ।
ମିଥୁନ: ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ବୃଦ୍ଧି ପାଇପାରେ। ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି।
କର୍କଟ: ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ। ଅଫିସ୍ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ। ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ।
ସିଂହ: ସ୍ଥଗିତ କାମକୁ ଅତିଶୀଘ୍ର ସମ୍ପନ୍ନ କରିବା ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ। କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ।
କନ୍ୟା: ଆଜି ମନରେ ଭାବପ୍ରବଣତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ଉଦ୍ରେକ କରିବ। ସାମାଜିକ ସ୍ତରରେ କାମ କରି ସମାଲୋଚିତ ହୋଇ ପାରନ୍ତି।
ତୁଳା: ପାରିବାରିକ ଜୀବନରେ ସମସ୍ୟା ଦେଖା ଦେଇପାରେ। ବ୍ୟବସାୟରେ ସଫଳତା ହାସଲ କରିବେ। ମାଲି ମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା: କର୍ମକ୍ଷେତ୍ରରେ ଶୁଭ ଫଳ ମିଳିବ। ଯାତ୍ରାରେ ସଫଳତା ହାସଲ କରିବେ। ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ ।
ଧନୁ: ସଭାସମିତି କିମ୍ବା ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଉପୁଜିପାରେ। ଚେଷ୍ଟା କରୁଥିବା କାମ ଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୁଳ ସୁଯୋଗ ସୃଷ୍ଟି ହେବ।
ମକର: ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍ ଭାବରେ ହେବା କଷ୍ଟକର ହେବ। ପ୍ରତ୍ୟେକ କ୍ଷେତ୍ରରେ ର୍ଧଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।
କୁମ୍ଭ: ଖାଦ୍ୟ ପେୟର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ। କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।
ମୀନ: ପାରିବାରିକ କ୍ଷେତ୍ରରେ ସମସ୍ୟାଦେଖା ଦେଇପାରେ। ଯାନବାହନ ଚଳାଇବାବେଳେ ଆଜି ସତର୍କତା ଅବଲମ୍ବନ କରନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।