୫ ଅକ୍ଟୋବର, ଗୁରୁବାର; ବନ୍ଧୁଙ୍କ ସହ କଳହ ହୋଇପାରେ

ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ । ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସଫଳତା ହାସଲ କରିବେ ।

Representational Image

  • Published: Thursday, 05 October 2023
  • , Updated: 05 October 2023, 07:47 AM IST

ମେଷ: ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ । ସୁସ୍ୱାଦୁ ଭୋଜନ ସହ ଭ୍ରମଣର ଯୋଗ ରହିଛି । ମହିଳାମାନଙ୍କର ଦିନ ସୁଖମୟ ହେବ । ସମସ୍ତ ଆଶା ଅଭିଳାଷ ପୁରଣ ହେବ । ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖାଦେଇପାରେ । କିନ୍ତୁ ନିଜର ବୁଦ୍ଧି ବିବେକ ବଳରେ ତା'ର ସରଳ ସମାଧାନ କରିବାରେ ସକ୍ଷମ ହେବେ ।

ବୃଷ :ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ । ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସଫଳତା ହାସଲ କରିବେ । ଛାତ୍ରଛାତ୍ରୀ ବିଦ୍ୟାରେ ଦକ୍ଷତା ଯୋଗ୍ୟତା ବଳରେ ପ୍ରଶଂସିତ ହେବେ ।

ମିଥୁନ: ଅପ୍ରିୟ ସତ୍ୟ କହି ଦୋଷୀ ସାବ୍ୟସ୍ତ ହୋଇପାରନ୍ତି। ବନ୍ଧୁଙ୍କ ସହ କଳହର ସୂଚନା ରହିଛି । ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ । ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି । ।

କର୍କଟ: ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ । ଅଫିସ୍ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଯାତ୍ରାରେ ଶୁଭ ଫଳ ମିଳିବ । କୌଣସି ସାଂସ୍କୃତିକ ଆନୁଷ୍ଠାନିକ କାର୍ଯ୍ୟକ୍ରମରେ ଯୋଗଦେଇ ସମ୍ମାନିତ ହେବେ ।

ସିଂହ: ନୂଆଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍ ଭାବରେ ହେବା କଷ୍ଟକର ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଦାମ୍ପତ୍ୟ ଜୀବନରେ ମନାନ୍ତର ମତାନ୍ତର ଦେଖାଦେଇପାରେ । ଅନ୍ୟମାନଙ୍କ ପାଇଁ କୌଣସି ଦ୍ରବ୍ୟହାନୀ ହୋଇପାରେ ।

କୁମ୍ଭ: ଦେବ ଦର୍ଶନର ସୁଯୋଗ ମିଳିବ । ଦୂର ଯାତ୍ରା କରିପାରନ୍ତି । ଆର୍ଥିକ ଅଭିବୃଦ୍ଧି ଘଟିବ । ଖାଦ୍ୟପେର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ । ଫଳରେ ମନ ଭାରାକ୍ରାନ୍ତ ହେବ । ପରିବାରରେ ପୁତ୍ରକନ୍ୟାଙ୍କ କାର୍ଯ୍ୟକୁ ନେଇ ଚିନ୍ତିତ ହେବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉନ୍ନତି ଦେଖାଦେବ ।

ମୀନ: ଛୋଟ ଛୋଟ କଥାକୁ ନେଇ ପାରିବାରିକ ଓ ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖାଦେଇପାରେ । କର୍ମକ୍ଷେତ୍ରରେ ସମ୍ମାନିତ ହେବେ । ଯାନବାହନ ଚଳାଇବାବେଳେ ସତର୍କତା ଅବଲମ୍ବନ କରନ୍ତୁ । ଅପରାହ୍ନେ ବହୁ ପ୍ରତିକ୍ଷିତ ଖବରଟି ପାଇ ମନ ପ୍ରଫୁଲ୍ଲିତ ରହିବ।

Related story