Advertisment

୬ ଏପ୍ରିଲ, ଶନିବାର; ଆର୍ଥିକ ସମସ୍ୟାର ସମାଧାନ ହେବ

ଆଜି ପୂର୍ବର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ, କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ। ପରିବାରରେ ଭୁଲ୍ ବୁଝାମଣା ମନାନ୍ତର ଯୋଗୁଁ ମନ ଭାରାକ୍ରାନ୍ତ ହେବ।

Rasi

Rasi

Advertisment

ମେଷ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ। ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ। ଛାତ୍ରଛାତ୍ରୀ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ହାସଲ କରିବେ।

Advertisment

ବୃଷ: ଆଜି ପୂର୍ବର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ, କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ। ପରିବାରରେ ଭୁଲ୍ ବୁଝାମଣା ମନାନ୍ତର ଯୋଗୁଁ ମନ ଭାରାକ୍ରାନ୍ତ ହେବ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହେବ। ଆଶା ଆଶଙ୍କା ଦୂର ହୋଇଯିବ, ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭଫଳ ମିଳିବ।

Advertisment

କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ, ବନ୍ଧୁ ଦର୍ଶନର ସୁଯୋଗ ଅଛି।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ପରିବାରରେ ଛୋଟ ଛୋଟ କଥାକୁ ନେଇ ମନୋମାଳିନ୍ୟ, ସନ୍ଦେହ ଓ ଭୁଲ୍ ବୁଝାମଣା ଦେଖାଦେଇପାରେ। କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିବେ । ବିଳମ୍ବରେ ହେଲେ ମଧ୍ୟ କାର୍ଯ୍ୟ ହାସଲ କରିବେ । ପୁରାତନ ରୋଗର ଉପଶମ ହେବ । ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ।

କୁମ୍ଭ: ଶତ୍ରୁମାନେ ପରାଜିତ ହେବେ । ବିଚାରଧୀନ ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ। ଅପରାହ୍ନରେ ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି ଏବଂ ଦୂର ଯାତ୍ରା କରିପାରନ୍ତି । ପରିବାରରେ ପୁତ୍ରକନ୍ୟାଙ୍କ କାର୍ଯ୍ୟ କଳାପକୁ ନେଇ କେତେକ ସମସ୍ୟା ମନକୁ ବିଚଳିତ କରିବ ।

ମୀନ: ଆର୍ଥିକ ଅଭିବୃଦ୍ଧି ଘଟିବ। ଶତ୍ରୁମାନେ ପରାଜିତ ହେବେ, ବିଚାରଧୀନ ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ । ପୈତୃକ ସଂପତ୍ତି ସୀମାକୁ ନେଇ ପଡୋଶୀଙ୍କ ସହିତ ମନାନ୍ତର ହେବାର ସମ୍ଭାବନା ରହିଛି । ଯାନବାହନ ଚଳାଇବାବେଳେ ସତର୍କତା ଅବଲମ୍ବନ କରନ୍ତୁ । ଯାନ୍ତ୍ରିକ ତ୍ରୁଟି ବା ଦୁର୍ଘଟଣା ଘଟିପାରେ।

Astrology
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe