୬ ଏପ୍ରିଲ, ଶନିବାର: ବ୍ୟସ୍ତତା ଭିତରେ ଦିନଟି କଟିବ

ମେଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ବୃଷ: ଚିନ୍ତିତ ରହିବେ। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଋଣ କରନ୍ତୁ ନାହିଁ।

ମିଥୁନ: ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ବିଦ୍ୟାର୍ଥୀମାନେ ପାଠପଢ଼ାରେ ସଫଳତା ପାଇବେ। ଚାକିରିକ୍ଷେତ୍ରରେ ପଦୋନ୍ନତି ହେବ।

କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ମଧ୍ୟାହ୍ଣ ପରେ ଶୁଭ ଖବର ମିଳିବ।

ସିଂହ: ବ୍ୟସ୍ତତା ଭିତରେ ଦିନଟି କଟିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଅଳଙ୍କାର କିଣିପାରନ୍ତି।

କନ୍ୟା: ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ, ଦୁର୍ଘଟଣା ଘଟିପାରେ।

ତୁଳା: ଆଜି ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

ବିଚ୍ଛା: ପରିବାର ସଦସ୍ୟଙ୍କ ହସଖୁସିରେ ଦିନ କାଟିବେ। ଶତ୍ରୁଙ୍କଠାରୁ ବିଜୟ ହେବେ। ମନ ପ୍ରସନ୍ନ ରହିବ।

ଧନୁ: ସାହିତ୍ୟ ଓ କଳା ପ୍ରତି ରୁଚି ବଢ଼ିବ। ମାନ-ସମ୍ମାନ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି।

ମକର: ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଜଳାଶୟଠାରୁ ଦୂରେଇ ରୁହନ୍ତୁ। ଆତ୍ମବିଶ୍ୱାସ ବଢ଼ିବ।

କୁମ୍ଭ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପେଟରେ ଯନ୍ତ୍ରଣା ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମୀନ: ଆର୍ଥିକସ୍ଥିତି ସ୍ୱଚ୍ଛଳ ରହିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ନୂଆ ପୋଷାକ କିଣିପାରନ୍ତି।