ମେଷ: ଜଗି ରଖି ଚଳନ୍ତୁ । ଭାଇ,ବନ୍ଧୁ ଓ ସମ୍ପର୍କୀୟଙ୍କ ସହ ମନାନ୍ତର ଯୋଗୁଁ ମନ ଭାରାକ୍ରାନ୍ତ ହୋଇପାରେ । ଶରୀର ସୁସ୍ଥ ରହିବ, ବକେୟା ଅର୍ଥ ହସ୍ତଗତ ହେବ। ବାଣିଜ୍ୟ,ବ୍ୟବସାୟିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ ।
ବୃଷ: ଆଜି ଯକୈାଣସି ପରିସ୍ଥିତିରେ ମଧ୍ୟ ଆପଣଙ୍କ ବୁଦ୍ଧି ବଳ ଖଟାଇ କାମ ହାସଲ କରିବେ। ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କାଯର୍ୟ କରି ପ୍ରଶଂସିତ ହେବେ । ଅର୍ଥଲାଭ ଓ ଶୁଭଖବର ପାଇ ମନ ଖୁସି ହୋଇଯିବ।
ମିଥୁନ: ଆଜି ସମସ୍ତ କାମରେ ସାହସିକ ପଦେକ୍ଷପ ନେଇ କୃତକାର୍ଯ୍ୟ ହେବେ । ପାରିବାରିକ ଜୀବନ ସୁଖପ୍ରଦ ହେବ , ମହିଳାମାନଙ୍କ ମନ ପ୍ରଫୁଲ୍ଲ ରହିବ । କ୍ରୀଡ଼ା ,ଚଳଚ୍ଚିତ୍ର ଓ କଳା,ସାହିତ୍ୟରେ ଉନ୍ନତି କରିବେ।
କର୍କଟ: ଆଜି ହସ ଖୁସିରେ ଦିନଟି କାଟିବେ । କୈାଣସି ମୂଲ୍ୟବାନ ଜିନିଷ କ୍ରୟ କରିପାରନ୍ତି, ଆମଦାନୀ ରପ୍ତାନୀ କାରବାରରେ ଲାଭ ବାନ ହେବେ । ବୁଦ୍ଧି ବିବେକ ଓ ଜ୍ଞାନ ବଳରେ ପୂର୍ବ ସମସ୍ୟାର ସରଳ ସମାଧନ କରିବେ ।
ସିଂହ: ଆଜି ଅଟକି ରହିଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ । ଅପରାହ୍ନରେ କୋଣସି ଶୁଭଖବର ପାଇ ଖୁସି ହେବେ । ବ୍ୟବସାୟ କ୍ଷେତ୍ରରେ ଆୟ ବ୍ୟୟ ପ୍ରାୟ ସମାନ ରହିବ ।
କନ୍ୟା: ଆଜି କର୍ମକ୍ଷେତ୍ରରେ ବାଦ ବିବାଦ ଦେଖାଦେଇପାରେ । ପାରିବାରିକ ଜୀବନ ସୁଖପ୍ରଦ ହେବ । ଜୀବନସାଥୀର ସାହାଯ୍ୟ ସହଯୋଗ ପାଇ ମନୋବଳ ସୁଦୃଢ ହେବ । ଆଇନ ଅଦାଲତରେ ମାମଲାର ବିଚାର ଆପଣଙ୍କ ସପକ୍ଷରେ ଆସିବ ।
ତୁଳା: ଆଜି ମାନସିକ ଚିନ୍ତା ଶାରୀରିକ ଅସୁସ୍ଥତା ଯୋଗୁଁ ମନ ଭାରାକ୍ରାନ୍ତ ହେବ । କୈଣସି ମାଙ୍ଗଳିକ ବିଷୟରେ ଆଲୋଚନା କରି ଶେଷ ପର୍ଯ୍ୟାୟରେ ପହଞ୍ଚିବେ। ବ୍ୟବସାୟ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ
ବିଛା: ଆଜି ବହୁ ଦିନର ଆଶା ଅଭିଳାଷ ପୂରଣ ହେବ । ମହିଳାମାନେ ଆମୋଦ ପ୍ରମୋଦରେ ଦିନଟି କାଟିବେ। ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ, ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ ।
ଧନୁ: ଆଜି ଆପଣ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । ଲକ୍ଷ୍ୟ ସ୍ଥଳରେ ପହଁଞ୍ଚିବା ପାଇଁ କେହି ଜଣେ ବ୍ୟକ୍ତି ସାହାଯ୍ୟ ସହଯୋଗ କରିବେ । ବିଦ୍ୟାର୍ଥୀମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି।
ମକର: ଆଜି ସାଧାରଣ କଥାରେ ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ । ପିତାମାତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବ ଅପରାହ୍ନରେ କୈାଣସି ଶୁଭ ଖବର ଶୁଣିପାରନ୍ତି । ଆୟ ବୃଦ୍ଧି ଘଟିବ । ଫଳରେ ମନ ପ୍ରଫୁଲ୍ଲିତ ରହିବ ।
କୁମ୍ଭ: ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି । ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ, ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନୋନିବେଶ କରିବେ ।
ମୀନ: ଆଜି ସ୍ନାୟୁବିକ ଦୁର୍ବଳତା ଅନୁଭବ କରିବେ,ଫଳରେ କାମ ପ୍ରତି ସ୍ପୃହା ରହିବ ନାହିଁ । ହଠାତ୍ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । କର୍ମକ୍ଷେତ୍ରରେ କୈାଣସି ସଠିକ୍ ନିଷ୍ପତି ନେଇ ପାରିବେ ନାହିଁ । ପ୍ରତିବନ୍ଧକ କାରଣରୁ ଶେଷ ସମୟରେ ଯାତ୍ରା ସ୍ଥଗିତ ରହିଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।