ମେଷ: ପାରିବାରିକ ଜୀବନ ସୁଖ ପ୍ରଦ ହେବ। ଅଟକି ରହିଥିବା କାମ ଗୁଡିକ କରିବାକୁ ଅଗ୍ରସର ହେବେ। ଛାତ୍ର ଛାତ୍ରୀମାନେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ।
ବୃଷ: ବକେୟା ଅର୍ଥ ହସ୍ତଗତ ହେବ। ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ମନ ଭାରାକ୍ରାନ୍ତ ରହିବ। ପରିବାର ପାଇଁ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।
ମିଥୁନ:ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ। ବ୍ୟବସାୟ ପରିବହନ ପାଇଁ ଦିନଟି ଶୁଭ ପ୍ରଦ ହେବ।
କର୍କଟ: ଆଜି ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି। ବହୁ ଦିନର ଆଶା ଓ ଅଭିଳାଷ ପୂରଣ ହେବ। ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ।
ସିଂହ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ବିଭିନ୍ନ ସୂତ୍ରରୁ ଅର୍ଥଲାଭର ଯୋଗ ରହିଛି। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ।
କନ୍ୟା: ମନ ପ୍ରଫୁଲ୍ଲିତ ରହିବ। ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ। ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ।
ତୁଳା: ଆଜି ହସଖୁସିରେ ଦିନଟିକୁ କାଟିବେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ।
ବିଛା: ଆଜି ନୂତନ କାର୍ଯ୍ୟ କରିବାକୁ ଅଗ୍ରସର ହେବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଶତ୍ରୁମାନେ ପରାଜିତ ହେବେ।
ଧନୁ: ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ। ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ।
ମକର: ମନ ଭାରାକ୍ରାନ୍ତ ରହିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇବେ ନାହିଁ। ନୂତନ ଗୃହ ର୍ନିମାଣ ପାଇଁ ମନ ବଳାଇବେ।
କୁମ୍ଭ: ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ। ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହେବ। ଜମିଜମା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ।
ମୀନ: ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ। ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ ।ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।