୬ ଜୁଲାଇ,ବୁଧବାର: କର୍ମକ୍ଷେତ୍ରରେ ଶୁଭଫଳ ମିଳିବ

ମେଷ: ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ। ଭ୍ରମଣର ଯୋଗ ରହିଛି। ମହିଳା ମାନଙ୍କର କାର୍ଯ୍ୟ ପ୍ରଶଂସନୀୟ ହେବ। ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖାଦେଇପାରେ। ବୃଷ: ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ। କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ। ମିଥୁନ: ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ। ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି। […]

RASI

RASI

Tapaswini Nayak
  • Published: Wednesday, 06 July 2022
  • Updated: 06 July 2022, 07:54 AM IST

Sports

Latest News

ମେଷ: ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ। ଭ୍ରମଣର ଯୋଗ ରହିଛି। ମହିଳା ମାନଙ୍କର କାର୍ଯ୍ୟ ପ୍ରଶଂସନୀୟ ହେବ। ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖାଦେଇପାରେ।

ବୃଷ: ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ। କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ।

ମିଥୁନ: ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ। ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି।

କର୍କଟ: ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ। ଅଫିସ୍ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ। ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ।

ସିଂହ: ସ୍ଥଗିତ କାମକୁ ଅତିଶୀଘ୍ର ସମ୍ପନ୍ନ କରିବା ଦିଗରେ  ଚେଷ୍ଟା କରି ସଫଳ ହେବେ। ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ।

କନ୍ୟା: ମନରେ ଭାବପ୍ରବଣତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ଉଦ୍ରେକ କରିବ। ସାମାଜିକ ସ୍ତରରେ  କାମ କରି ସମାଲୋଚିତ ହୋଇପାରନ୍ତି।

ତୁଳା: ପାରିବାରିକ ଜୀବନରେ ସମସ୍ୟା ଦେଖାଦେଇପାରେ। ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ମାଲି ମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ବିଛା: କର୍ମକ୍ଷେତ୍ରରେ ଶୁଭଫଳ ମିଳିବ। ଯାତ୍ରାରେ ସଫଳତା ହାସଲ କରିବେ। ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ।

ଧନୁ: ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଉପୁଜିପାରେ। ଚେଷ୍ଟା କରୁଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୁଳ ସୁଯୋଗ ସୃଷ୍ଟି ହେବ।

ମକର: ପ୍ରତ୍ୟେକ କ୍ଷେତ୍ରରେ ଧର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।

କୁମ୍ଭ: ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି। ଖାଦ୍ୟପ୍ରେୟର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।

ମୀନ: ପାରିବାରିକ କ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଯାନବାହନ ଚଳାଇବାବେଳେ ସତର୍କତା ଅବଲମ୍ବନ କରନ୍ତୁ।  ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନରେ ପାଇପାରନ୍ତି।

 

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos