୭ ଜୁଲାଇ, ଗୁରୁବାର: ଜୀବନସାଥୀର ସାହାଯ୍ୟ ସହଯୋଗ ପାଇବେ

ମେଷ: ଆଜି ଜଗି ରଖି ଚଳନ୍ତୁ । ଭାଇ ବନ୍ଧୁ ଓ ସମ୍ପର୍କୀୟଙ୍କ ସହ ମନାନ୍ତର ଯୋଗୁଁ ମନ ଭାରାକ୍ରାନ୍ତ ହୋଇପାରେ । ଶରୀର ସୁସ୍ଥ ରହିବ, ବକେୟା ଅର୍ଥ ହସ୍ତଗତ ହେବ। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ବୃଷ: ଆଜି ଯେକୈାଣସି ପରିସ୍ଥିତିରେ ମଧ୍ୟ  ଆପଣ ବୁଦ୍ଧିବଳ ଖଟାଇ କାମ ହାସଲ କରିବେ । ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କାର୍ଯ୍ୟ କରି ପ୍ରଶଂସିତ ହେବେ । ଅର୍ଥଲାଭ ଓ ଶୁଭଖବର […]

RASI

Niharika Rout
  • Published: Thursday, 07 July 2022
  • , Updated: 07 July 2022, 08:05 AM IST

ମେଷ: ଆଜି ଜଗି ରଖି ଚଳନ୍ତୁ । ଭାଇ ବନ୍ଧୁ ଓ ସମ୍ପର୍କୀୟଙ୍କ ସହ ମନାନ୍ତର ଯୋଗୁଁ ମନ ଭାରାକ୍ରାନ୍ତ ହୋଇପାରେ । ଶରୀର ସୁସ୍ଥ ରହିବ, ବକେୟା ଅର୍ଥ ହସ୍ତଗତ ହେବ। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ ।

ବୃଷ: ଆଜି ଯେକୈାଣସି ପରିସ୍ଥିତିରେ ମଧ୍ୟ  ଆପଣ ବୁଦ୍ଧିବଳ ଖଟାଇ କାମ ହାସଲ କରିବେ । ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କାର୍ଯ୍ୟ କରି ପ୍ରଶଂସିତ ହେବେ । ଅର୍ଥଲାଭ ଓ ଶୁଭଖବର ପାଇ ମନ ଖୁସି ହୋଇଯିବ।

ମିଥୁନ: ଆଜି ସମସ୍ତ କାମରେ ସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ପାରିବାରିକ ଜୀବନ ସୁଖପ୍ରଦ ହେବ । ମହିଳାମାନଙ୍କ ମନ ପ୍ରଫୁଲ୍ଲ ରହିବ । କ୍ରୀଡା,ଚଳଚ୍ଚିତ୍ର ଓ କଳା, ସାହିତ୍ୟରେ ଉନ୍ନତି କରିବେ ।

କର୍କଟ: ଆଜି ହସ ଖୁସିରେ ଦିନଟି କାଟିବେ । କୈାଣସି ମୂଲ୍ୟବାନ ଜିନିଷ କ୍ରୟ କରିପାରନ୍ତି । ଆମଦାନୀ ରପ୍ତାନୀ କାରବାରରେ ଲାଭବାନ ହେବେ । ବୁଦ୍ଧି ବିବେକ ଓ ଜ୍ଞାନ ବଳରେ ପୂର୍ବ ସମସ୍ୟାର ସରଳ ସମାଧନ କରିବେ ।

ସିଂହ: ଆଜି ଅଟକି ରହିଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ଅପରାହ୍ନରେ କୌଣସି ଶୁଭଖବର ପାଇ ଖୁସି ହେବେ, ପରିବାରରେ ଭାତୃ ସମ୍ପର୍କ ସୁଦୃଢ ହେବ । ବ୍ୟବସାୟ କ୍ଷେତ୍ରରେ ଆୟ ବ୍ୟୟ ପ୍ରାୟ ସମାନ ରହିବ ।

କନ୍ୟା: ଆଜି କର୍ମକ୍ଷେତ୍ରରେ ବାଦ ବିବାଦ ଦେଖାଦେଇପାରେ । ପାରିବାରିକ ଜୀବନ ସୁଖପ୍ରଦ ହେବ । ଜୀବନସାଥୀର ସାହାଯ୍ୟ ସହଯୋଗ ପାଇ ମନୋବଳ ସୁଦୃଢ ହେବ । ଆଇନ ଅଦାଲତରେ ମାମଲାର ବିଚାର ଆପଣଙ୍କ ସପକ୍ଷରେ ଆସିବ ।

ତୁଳା: ଆଜି ମାନସିକ ଚିନ୍ତା ସହ ଶାରୀରିକ ଅସୁସ୍ଥତା ଯୋଗୁଁ ମନ ଭାରାକ୍ରାନ୍ତ ହେବ । କୌଣସି ମାଙ୍ଗଳିକ ବିଷୟରେ ଆଲୋଚନା କରି ଶେଷ ପର୍ଯ୍ୟାୟରେ ପହଞ୍ଚିବେ। ବ୍ୟବସାୟ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।

ବିଛା: ଆଜି ବହୁଦିନର ଆଶା ଅଭିଳାଷ ପୁରଣ ହେବ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ମହିଳାମାନେ ଆମୋଦ ପ୍ରମୋଦରେ ଦିନଟି କାଟିବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ, ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ ।

ଧନୁ: ଆଜି ଆପଣ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ ।  ନିଜ ଲୋକ ବିଶ୍ୱାସଘାତକତା କରିପାରନ୍ତି। ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ କେହି ଜଣେ ସହୃଦୟ ବ୍ୟକ୍ତି ସାହାଯ୍ୟ ସହଯୋଗ କରିବେ ।  ବିଦ୍ୟାର୍ଥୀମାନେ ପଢାପଢ଼ାରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ ।

ମକର: ଆଜି ସାଧାରଣ କଥାରେ ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ। ପିତାମାତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଅପରାହ୍ନରେ କୈାଣସି ଶୁଭ ଖବର ଶୁଣିପାରନ୍ତି । ଆୟ ବୃଦ୍ଧି ଘଟିବ । ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ।

କୁମ୍ଭ: ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି ନୂତନ କର୍ମାରମ୍ଭ କରିପାରନ୍ତି । ଧାର୍ମିକ କାର୍ଯ୍ୟକ୍ରମରେ ଯୋଗଦେବା ସହ ପ୍ରଶଂସିତ ହେବେ, ବ୍ୟବସାୟ କ୍ଷେତ୍ରରେ ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ । ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନୋନିବେଶ କରିବେ।

ମୀନ: ଆଜି ଦୁର୍ବଳତା ଅନୁଭବ କରିବେ । ଫଳରେ କାମ ପ୍ରତି ସ୍ପୃହା ରହିବ ନାହିଁ । ହଠାତ୍ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ପ୍ରତିବନ୍ଧକ କାରଣରୁ ଶେଷ ସମୟରେ ଯାତ୍ରା ସ୍ଥଗିତ ରହିଯିବ। କର୍ମକ୍ଷେତ୍ରରେ କୈାଣସି ସଠିକ୍ ନିଷ୍ପତି ନେଇପାରିବେ ନାହିଁ।

Related story