୭ ଜୁନ, ବୁଧବାର: ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବ

ଛାତ୍ରଛାତ୍ରୀ ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ଗୃହୋପକରଣ କ୍ରୟ କରିବେ ।

Rashi

Representational Image

Niharika Rout
  • Published: Wednesday, 07 June 2023
  • Updated: 07 June 2023, 07:52 AM IST

Sports

Latest News

ମେଷ: ଛାତ୍ରଛାତ୍ରୀ ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ଗୃହୋପକରଣ କ୍ରୟ କରିବେ ।

ବୃଷ: ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଘରେ ଅଶାନ୍ତି ଅସନ୍ତୋଷ ଦୂର ହୋଇଯିବ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ।

ମିଥୁନ: ଉଚ୍ଚ ଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ । ବ୍ୟବସାୟରେ ଉନ୍ନତି ହେବ । ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ।

କର୍କଟ: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ପ୍ରକୃତିସ୍ଥ ହୋଇ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହିହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତ୍ରୃମାନେ ପୁଣି ଥରେ ପଛରେ ପଡ଼ି ପାରନ୍ତି।

ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ ଓ ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ ।

କୁମ୍ଭ: ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହ ସାଧାରଣ ବ୍ୟକ୍ତିଙ୍କଠାରୁ ବିଶେଷ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ । ଛାତ୍ରଛାତ୍ରୀଙ୍କର ମାନସିକ ବିକାଶ ଘଟିବ।

ମୀନ:  ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ । ସଭାସମିତି, ସାହିତ୍ୟ ଆଲୋଚନାରେ ସମ୍ମାନିତ ହୋଇପାରନ୍ତି । ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ବୃଦ୍ଧି ହେବ । । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘସ୍ଥାୟୀ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos