୭ ମାର୍ଚ୍ଚ, ମଙ୍ଗଳବାର: ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ

ସବୁ ଦିଗରୁ ସଫଳତା ମିଳିବ। ମାନସିକ ଦୁଃଶ୍ଚିନ୍ତା ଦୂର ହୋଇଯିବ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ ।

Rasi PhotoOR

Rasi

Niharika Rout
  • Published: Tuesday, 07 March 2023
  • Updated: 07 March 2023, 07:40 AM IST

Sports

Latest News

ମେଷ: ମାନ-ସମ୍ମାନ, ପ୍ରତିଷ୍ଠା ମିଳିବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ଓ ସାକ୍ଷାତକାରରେ ବିଜୟୀ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ, ବ୍ୟବସାୟରେ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ।

ବୃଷ: ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ରାଜନୀତି କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିବା ସହିତ ପ୍ରଶଂସିତ ହେବେ। ବ୍ୟବସାୟ ଓ ବାଣିଜ୍ୟ ପାଇଁ ଦିନଟି ଶୁଭପ୍ରଦ ହେବ ।

ମିଥୁନ: ପ୍ରତ୍ୟେକ କାର୍ଯ୍ୟରେ ଶୁଭଫଳ ପାଇବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଶାରୀରିକ, ମାନସିକ ଓ ପାରିବାରିକ ଅଭିବୃଦ୍ଧି ଘଟିବ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ମଧ୍ୟମ ରହିବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ । କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ ।

କର୍କଟ: ସବୁ ଦିଗରୁ ସଫଳତା ମିଳିବ। ମାନସିକ ଦୁଃଶ୍ଚିନ୍ତା ଦୂର ହୋଇଯିବ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ । ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ ।

ସିଂହ: ଶୁଭ ସମାଚାର ଶୁଣି ଖୁସି ହେବେ। ପାରିବାରିକ ସମସ୍ୟାକୁ ସଜାଡିଦେଇ ଆନନ୍ଦ ପାଇବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବଢ଼ିବ। ନୂତନ ବ୍ୟବସାୟ କରିବା ପାଇଁ ମନ ବଳାଇବେ। ଜାଗା, ଜମି ଓ ଗୃହସମ୍ବନ୍ଧୀୟ ମାମଲାର ସମାଧାନ ଫଳରେ ଅଧିକ ଲାଭବାନ୍ ହେବେ ।

କନ୍ୟା: ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। କୌଣସି ଅନୁଷ୍ଠାନ ତରଫରୁ ଆପଣଙ୍କୁ କୌଣସି ବଡ଼ ଦାୟିତ୍ୱ ମିଳିବ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। ବିଦ୍ୟାର୍ଥୀମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ।

ତୁଳା: ସାମାଜିକ କାର୍ଯ୍ୟରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ, ବ୍ୟବସାୟୀମାନେ ଲାଭବାନ ହେବେ। ଯାନବାହନ ପ୍ରାପ୍ତିର ଯୋଗ ରହିଛି।

ବିଛା: ମନରେ ଧାର୍ମିକ ଚିନ୍ତାଧାରା ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ଆଇନକାନୁନ ମାମଲାରେ ସହଜରେ ସମାଧାନର ବାଟ ଫିଟିବ ।

ଧନୁ: ଆର୍ଥିକ ଲାଭ ପାଇଁ ଦିନଟି ଭଲ ରହିବ । କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ । ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।

ମକର: ପରିବାରରୁ ସ୍ନେହ ଶ୍ରଦ୍ଧା ସହାନୁଭୂତି ପାଇବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ । ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ ।

କୁମ୍ଭ: ଜଗିରଖି ଚଳନ୍ତୁ। ନିଜର ଲୋକ ବିରୁଦ୍ଧାଚରଣ କରିପାରନ୍ତି। ଶାରୀରିକ ପୀଡ଼ା, ମାନସିକ ଦୁଶ୍ଚିନ୍ତା, କର୍ମକ୍ଷେତ୍ରରେ ଅସ୍ଥିରତା ସହ ଭ୍ରାତୃ ବିବାଦ ଦେଖାଦେଇପାରେ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। ବିଦ୍ୟାର୍ଥୀମାନେ ପଢାପଢିରେ କୃତକାର୍ଯ୍ୟ ହେବେ।

ମୀନ: ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ଶତ୍ରୁମାନେ ପରାଜିତ ହେବେ। ବ୍ୟବସାୟ, ବାଣିଜ୍ୟ ପାଇଁ ଦିନଟି ଶୁଭପ୍ରଦ ହେବ ଏବଂ ଆୟ ବୃଦ୍ଧି ଘଟିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos