ମେଷ: ଦିନଟି ଭଲରେ କଟିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ବୃଷ: ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଅପରାହ୍ଣ ପରେ ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।
ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।
କର୍କଟ: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।
ସିଂହ: ଆତ୍ମବିଶ୍ୱାସ ବଢ଼ିବ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଜଳାଶୟଠାରୁ ଦୂରେଇ ରୁହନ୍ତୁ।
କନ୍ୟା: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଋଣ କରନ୍ତୁ ନାହିଁ। ବାପାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।
ତୁଳା: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଆୟଠାରୁ ବ୍ୟୟ ଅଧିକ ହେବ।
ବିଚ୍ଛା: ପରିଶ୍ରମ ଅନୁସାରେ ସଫଳତା ପାଇବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ।
ଧନୁ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ମକର: ଘରକୁ ଅତିଥି ଆସିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ନୂତନ ଯାନବାହନ କିଣିପାରନ୍ତି।
କୁମ୍ଭ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି।
ମୀନ: ଆର୍ଥିକ ସ୍ଥିତି ଭଲ ରହିବ। କୌଣସି କଥାକୁ ନେଇ ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।