୭ ଅକ୍ଟୋବର, ସୋମବାର: ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ

ମେଷ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଅସୁସ୍ଥତା ଅନୁଭବ କରିବେ। କାହାକୁ ଋଣ ଦିଅନ୍ତୁ ନାହିଁ। ବୃଷ: କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ଅଳସୁଆ ଲାଗିବ। ମିଥୁନ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହିତ ସମୟ ବିତାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଦୂରସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି। କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ମଧ୍ୟାହ୍ଣ […]

Rasi-Fala-

Niharika Rout
  • Published: Monday, 07 October 2019
  • , Updated: 07 October 2019, 11:13 AM IST

ମେଷ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଅସୁସ୍ଥତା ଅନୁଭବ କରିବେ। କାହାକୁ ଋଣ ଦିଅନ୍ତୁ ନାହିଁ।

ବୃଷ: କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ଅଳସୁଆ ଲାଗିବ।

ମିଥୁନ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହିତ ସମୟ ବିତାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଦୂରସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି।

କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ମଧ୍ୟାହ୍ଣ ପରେ ଶୁଭ ଖବର ମିଳିବ।

ସିଂହ:  ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ ବସ୍ତ୍ର କିଣିପାରନ୍ତି।  ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

କନ୍ୟା: ବିଦେଶରୁ ଖୁସି ଖବର ଶୁଣିପାରନ୍ତି। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି।

ତୁଳା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଆତ୍ମବିଶ୍ୱାସ ବଢ଼ିବ। ଜୀବନସାଥୀଙ୍କ ସହଯୋଗ ମିଳିବ।

ବିଚ୍ଛା: କାହାକୁ ଉଧାର ଦିଅନ୍ତୁ ନାହିଁ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଗଣେଶଙ୍କୁ ପୂଜା କରନ୍ତୁ।

ଧନୁ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମକର: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କୁମ୍ଭ: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

ମୀନ: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

Related story