ମେଷ: କର୍ମକ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟ, ବାଣିଜ୍ୟରେ ଆଶାରୁ ଅଧିକ ଲାଭ ପାଇବେ। ଘର ପାଇଁ ନୂତନ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି । କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି।
ସିଂହ: ଆଜି ବିଳମ୍ବିତ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସାଧିତ ହେବ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
କନ୍ୟା: ଆଜି ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିବ । ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗରେ ମନୋନିବେଶ କରିବେ ।
ତୁଳା: ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।
ବିଚ୍ଛା: କୌଣସି କଥାକୁ ନେଇ ନିଜ ସମ୍ପର୍କୀୟଙ୍କ ସହିତ ମନୋମାଳିନ୍ୟ ହେବ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ ଓ ଗୁପ୍ତଶତ୍ରୁ ବୃଦ୍ଧି ପାଇବେ। ଅପରାହ୍ନ ପରେ ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କଠାରୁ ସମ୍ମାନ ମିଳିବ ।
ଧନୁ: କର୍ମକ୍ଷେତ୍ରରେ ଅପଦସ୍ତ ହେବେ, ଜଗିରଖି ରହିବାକୁ ପଡିବ । ନୂଆ ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ ହେବ, ଦୂରସ୍ଥାନକୁ ଯାତ୍ରା କଲାବେଳେ ସତର୍କତାର ସହ ଯାଆନ୍ତୁ । ମାଙ୍ଗଳିକ କାର୍ଯ୍ୟ ପାଇଁ ବ୍ୟସ୍ତ ରହିପାରନ୍ତି ଏବଂ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ ।
ମକର: ପିଲାମାନଙ୍କର ସଫଳତା ଦେଖି ବାପାମା’ ଖୁସି ଅନୁଭବ କରିବେ । ଦୂରସ୍ଥାନକୁ ଯାତ୍ରା କରିବେ ଓ ବ୍ୟବସାୟରେ ଉନ୍ନତି କରିବେ । ରାଜନୀତିରେ ଥିବା ବ୍ୟକ୍ତି ସଫଳତା ପାଇବେ।
କୁମ୍ଭ : ସାଧାରଣ କଥାକୁ କେନ୍ଦ୍ର କରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍ ବୁଝାମଣା ହେତୁ ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ।
ମୀନ: ଆଜିର ଆପଣ ଆତ୍ମୀୟଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଆନନ୍ଦିତ ରହିବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।