୮ ମାର୍ଚ୍ଚ, ବୁଧବାର: ଶତ୍ରୁମାନେ ମିତ୍ର ଭାବ ଆଚରଣ କରିବେ

ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ । ବହୁ ଦିନର ଆଶା ଅଭିଳାଷ ପୂରଣ ହେବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଭଲ ରହିବ।

Rasi

  • Published: Wednesday, 08 March 2023
  • , Updated: 08 March 2023, 07:40 AM IST

ମେଷ: ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଯେକୌଣସି କାର୍ଯ୍ୟ କରିବେ ସେଥିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ସମସ୍ୟାର ସମାଧାନ ହେବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ ।

ବୃଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ । ବହୁ ଦିନର ଆଶା ଅଭିଳାଷ ପୂରଣ ହେବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ଆୟ ବୃଦ୍ଧି ଘଟିବ, ପାରିବାରିକ ଓ ଗୃହସ୍ଥ ଜୀବନ ସୁଖମୟ ହେବ ।

ମିଥୁନ: ଅଳ୍ପ ପରିଶ୍ରମରେ ଅଧିକ ଅର୍ଥ ଉପାର୍ଜନ କରିବେ। ପୂର୍ବାପେକ୍ଷା ବ୍ୟବସାୟରେ ଆୟ ବୃଦ୍ଧି ଘଟିବ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପରିବାରରେ ଶାନ୍ତିର ବାତାବରଣ ଦେଖାଦେବ । ଛାତ୍ରଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ ।

କର୍କଟ: ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ। ପ୍ରେମିକପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପୂର୍ବରୁ ଲାଗିରହିଥିବା ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ବ୍ୟବସାୟୀମାନେ ଆଶାନୁରୂପ ଲାଭ ପାଇବେ । ଶତ୍ରୁମାନେ ମିତ୍ର ଭାବ ଆଚରଣ କରିବେ।

ସିଂହ: ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସନ୍ତାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ହସ୍ତଗତ ହେବ। ଶତ୍ରୁମାନେ ପରାଜିତ ହୋଇ ମିତ୍ରତାର ହାତ ବଢାଇବେ ।

କନ୍ୟା: କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।ପରିଶ୍ରମ ଅନୁଯାୟୀ ଆଶାଜନକ ପାରିଶ୍ରମିକ ମିଳିବ ଗୃହ କିମ୍ବା ଯାନବାହନ କିଣିବାକୁ ଯୋଜନା ପ୍ରସ୍ତୁତ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

ତୁଳା : ବହୁଦିନର ଦୂର ବନ୍ଧୁଙ୍କ ସହିତ ମିଳନ ହେବାରୁ ବ୍ୟବସାୟ ପାଇଁ ସାହାଯ୍ୟ ମାଗିପାରନ୍ତି । ମାଙ୍ଗଳିକ କାର୍ଯ୍ୟ ହେଇପାରୁ ନ ଥିବାରୁ ବ୍ୟସ୍ତତା ବୃଦ୍ଧି ହେବ। ବ୍ୟବସାୟରେ ବାକି ପଡିଥିବା ପଇସା ପାଇଁ ଚିନ୍ତା ବୃଦ୍ଧି ହେବ ।

ବିଛା : ଉଚ୍ଚ ଅଧିକାରୀଙ୍କ ସହିତ ସମ୍ପର୍କ ସୁଦୃଢ ହେବ । ଫଳରେ ମନ ଖୁସି ରହିବ । ରାଜନୀତିରେ ଥିବା ବ୍ୟକ୍ତି ଅଧିକ ପରିଶ୍ରମ କରି ସଫଳତା ପାଇପାରିବେ । ଦୂରସ୍ଥାନକୁ ଗଲାବେଳେ ସାବଧାନତାର ସହିତ ଯାଆନ୍ତୁ ।

ଧନୁ : କର୍ମକ୍ଷେତ୍ରରେ ଖୁସି ଖବର ମିଳିଲେ ମଧ୍ୟ ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ। ପୂଜା କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ ଓ ସୁସ୍ୱାଦୁ ଭୋଜନ କରିବେ । କୌଣସି ସଂଗଠନର ଦାୟିତ୍ୱ ନିର୍ବାହ କରି ପ୍ରଶଂସା ପାଇବେ ।

ମକର: ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ଭାତୃ ସମ୍ପର୍କରେ ମତଭେଦ ଦେଖାଦେଇପାରେ, ଆର୍ଥିକ କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ। ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ।

କୁମ୍ଭ: ବୁଦ୍ଧି, ବିବେକ, ନିଷ୍ଠା, ଉଦ୍ୟମ ବଳରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ପ୍ରଶଂସା ପାଇବେ ।ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଶୁଭପ୍ରଦ ହେବ। ପୂର୍ବାପେକ୍ଷା ଆୟ ବୃଦ୍ଧି ଘଟିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ ।

ମୀନ: କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ମିଳିବ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଅଶାତୀତ ଲାଭବାନ୍ ହେବେ। ପରିବାରରେ ମନାନ୍ତର ହେବାରୁ ମନ ଭାରାକ୍ରାନ୍ତ ରହିବ

Related story