୮ ନଭେମ୍ବର,ସୋମବାର: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ

ମେଷ: ପ୍ରତିବନ୍ଧକ କାରଣରୁ ର୍ନିମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି। ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି। ପାରିବାରିକ ମତାନ୍ତରକୁ ନେଇ ମନ ଭାରାକ୍ରାନ୍ତ ରହିବ। ବୃଷ: ପରିବାରରେ ଅପ୍ରିୟ ସତକଥା କହି ଦୋଷୀ ହେବାର ସମ୍ଭାବନା ରହିଛି। ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ମୁକାବିଲା କରି ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିଥୁନ: ଆଜି ଶାରୀରିକ ପୀଡ଼ା ଅନୁଭବ ହୋଇପାରେ। ନୂତନ ଗୃହ ର୍ନିମାଣ ପାଇଁ ମନ ବଳାଇବେ। […]

RASI

RASI

Tapaswini Nayak
  • Published: Monday, 08 November 2021
  • Updated: 08 November 2021, 02:49 PM IST

Sports

Latest News

ମେଷ: ପ୍ରତିବନ୍ଧକ କାରଣରୁ ର୍ନିମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି। ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି। ପାରିବାରିକ ମତାନ୍ତରକୁ ନେଇ ମନ ଭାରାକ୍ରାନ୍ତ ରହିବ।

ବୃଷ: ପରିବାରରେ ଅପ୍ରିୟ ସତକଥା କହି ଦୋଷୀ ହେବାର ସମ୍ଭାବନା ରହିଛି। ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ମୁକାବିଲା କରି ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମିଥୁନ: ଆଜି ଶାରୀରିକ ପୀଡ଼ା ଅନୁଭବ ହୋଇପାରେ। ନୂତନ ଗୃହ ର୍ନିମାଣ ପାଇଁ ମନ ବଳାଇବେ। ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାର୍ଯ୍ୟ କରି ପ୍ରଶଂସିତ ହେବେ।

କର୍କଟ: ପିତାମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ଅସ୍ଥିରତା ଦେଖାଦେଇପାରେ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। କର୍ମକ୍ଷେତ୍ରରେ ପୂର୍ବର ସମସ୍ୟା ଦୂର ହୋଇଯିବ। ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।

 ସିଂହ: ଆଜି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ବନ୍ଧୁଙ୍କ ସହ ସାକ୍ଷାତ ହେବ। କୈାଣସି ଶୁଭ ଖବର ଶୁଣିପାରନ୍ତି।

କନ୍ୟା: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ।ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ।

ତୁଳା: ପରିଶ୍ରମ ଅନୁଯାୟୀ ଫଳପ୍ରାପ୍ତି ହେବ। ଅଟକି ଥିବା କାର୍ଯ୍ୟକୁ ସଂପୂର୍ଣ୍ଣ କରିବାକୁ ପ୍ରୟାସ କରିବେ।

ବିଛା: ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନ ଦେବେ।

ଧନୁ: ସାମ୍ବାଦିକତା କ୍ଷେତ୍ରରେ ଥିବା ଲୋକେ ଶୁଭ ସମାଚାର ପାଇବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ନୂଆ କାମ ନୂଆ ପ୍ରେରଣା ଦେବ।

ମକର: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢ଼ିବା ସମ୍ଭବ ହେବ। ପରିବାରରେ ସୁଖଶାନ୍ତି ଅତୁଟ ରହିବ।

କୁମ୍ଭ: ସ୍ୱାସ୍ଥ୍ୟ ଭଲ ରହିବ। ଜାଗା, ଜମି ଆଦି କ୍ରୟ କରିବା ପାଇଁ ସୁଯୋଗ ଆସିପାରେ। କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଲାଭବାନ ହେବେ।

ମୀନ: ବ୍ୟବସାୟରେ ପ୍ରଚାର ପ୍ରସାର ଉପରେ ଗୁରୁତ୍ୱ ଦେବେ। କୌଣସି ଦୁଃସାହସିକ ପଦକ୍ଷେପ ନେଇପାରନ୍ତି। ଅଳ୍ପ ପରିଶ୍ରମରେ ଅଧିକ ଲାଭ ପାଇବେ।

 

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos