୮ଅକ୍ଟୋବର: ଶୁକ୍ରବାର: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ

ମେଷ: ପରିବାରରେ ମନୋମାଳିନ୍ୟ ଦେଖାଯିବ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ବୃଷ: କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ବ୍ୟବସାୟରେ ଭଲ ଲାଭ ମିଳିବ। ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରିବେ। ମିଥୁନ: ଦିନଟି ଭଲରେ କଟିବ। ଶତ୍ରୁମାନେ ପରାଜିତ ହେବେ। କୌଣସି ଜିନିଷ ହଜି ଯାଇପାରେ। କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ। ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡ଼ିପାରେ। ସିଂହ: ମନ ଅସ୍ଥିର ରହିବ। ଯେ କୌଣସି […]

RASI

RASI

Tapaswini Nayak
  • Published: Friday, 08 October 2021
  • Updated: 08 October 2021, 07:51 AM IST

Sports

Latest News

ମେଷ: ପରିବାରରେ ମନୋମାଳିନ୍ୟ ଦେଖାଯିବ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ।

ବୃଷ: କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ବ୍ୟବସାୟରେ ଭଲ ଲାଭ ମିଳିବ। ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରିବେ।

ମିଥୁନ: ଦିନଟି ଭଲରେ କଟିବ। ଶତ୍ରୁମାନେ ପରାଜିତ ହେବେ। କୌଣସି ଜିନିଷ ହଜି ଯାଇପାରେ।

କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ। ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡ଼ିପାରେ।

ସିଂହ: ମନ ଅସ୍ଥିର ରହିବ। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ।

କନ୍ୟା: ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରି ପାରିବେ। ପାଇବାକୁ ଥିବା ଅର୍ଥ ପାଇଁ ଝଗଡ଼ା ହୋଇପାରେ।

ତୁଳା: ଅର୍ଥଲାଭ ହେବ। ସମସ୍ତ ସମସ୍ୟାର ସମାଧାନ ହୋଇଯିବ। କାହା କଥାରେ ପ୍ରଭାବିତ ହୋଇ କିଛି ଗୋଳମାଳିଆ ସ୍ଥିତି ସୃଷ୍ଟି କରିପାରନ୍ତି।

ବିଛା: ମନ ଅଶାନ୍ତ ରହିବ। ନୀରବ ରୁହନ୍ତୁ। ବ୍ୟବସାୟୀଙ୍କ ପାଇଁ ଦିନଟି ବେଶ୍ ଭଲ ଅଛି।

ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମ୍ନା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ମକର: ହସଖୁସିରେ ଦିନଟି ଅତିବାହିତ କରିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଅଗ୍ନି, ଜଳ ଓ ବିଦ୍ୟୁତ୍ ପ୍ରତି ସାବଧାନ ରୁହନ୍ତୁ।

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।

ମୀନ: ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇ ଆନନ୍ଦିତ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ, କିନ୍ତୁ ହଇରାଣ କରିପାରିବେ ନାହିଁ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos