୯ ଡିସେମ୍ୱର,ରବିବାର: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ

ମେଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଚିନ୍ତିତ ରହିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ବୃଷ: ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଅଳସୁଆ ଅନୁଭବ କରିବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମିଥୁନ: ଶରୀର ଫୂର୍ତ୍ତି ରହିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ଭଲରେ କଟିବ। କର୍କଟ: ପରିବାରରେ ହସଖୁସିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସିଂହ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସାହିତ୍ୟ ଓ କଳା […]

Rasi-Fala

Jyoshna Pradhan
  • Published: Sunday, 09 December 2018
  • , Updated: 09 December 2018, 07:32 AM IST

ମେଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଚିନ୍ତିତ ରହିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି।

ବୃଷ: ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଅଳସୁଆ ଅନୁଭବ କରିବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମିଥୁନ: ଶରୀର ଫୂର୍ତ୍ତି ରହିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ଭଲରେ କଟିବ।

କର୍କଟ: ପରିବାରରେ ହସଖୁସିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ସିଂହ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପିଲାମାନେ ପାଠ ପଢ଼ାରେ ଉନ୍ନତି କରିବେ।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରକୁ ଅତିଥି ଆସି ପାରନ୍ତି।

ତୁଳା: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ବିଚ୍ଛା: ଘର ପାଇଁ ଜିନିଷ କିଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ଧନୁ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଜୀବନସାଥୀଙ୍କ ସହ ମତାନ୍ତର ହୋଇପାରେ।

ମକର: ଧାର୍ମିକ କାର୍ଯ୍ୟରେ  ଅର୍ଥ ଖର୍ଚ୍ଚ ହୋଇପାରେ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ ।

କୁମ୍ଭ: ବିବାହ ସ୍ଥିର ହୋପାରେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଅପରାହ୍ନରେ ଶୁଭ ଖବର ଶୁଣିପାରନ୍ତି।

ମୀନ: ପଦୋନ୍ନତି ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ସହକର୍ମୀଙ୍କଠାରୁ ସହଯୋଗ ମିଳିବ।

Related story