Advertisment

୯ ମାର୍ଚ୍ଚ, ‍‍ଶନିବାର; ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହେବେ

ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭକରି ଆଶା ପୂରଣ କରିବେ । ନିର୍ମାଣଧୀନ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ । ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ପାଇବ ।

Rashi

Rashi

Advertisment

ମେଷ: ବିଳମ୍ବରେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ । ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି । ପରିବାରରେ ଭାଇ ଓ ଭଉଣୀମାନଙ୍କ କଥାବାର୍ତ୍ତାକୁ ନେଇ ମନ ଭାରାକ୍ରାନ୍ତ ହେବ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ ।

Advertisment

ବୃଷ : ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭକରି ଆଶା ପୂରଣ କରିବେ । ନିର୍ମାଣଧୀନ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ । ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ପାଇବ । ଫଳରେ ମନ ପ୍ରଫୁଲ୍ଲିତ ରହିବ । ମହିଳାମାନେ ଅନିଚ୍ଛାକୃତ ଭାବେ କାର୍ଯ୍ୟ କରିବା ପାଇଁ ବାଧ୍ୟ ହେବେ ।

ମିଥୁନ:  ପୁରୁଣା ବାକିଆ କାମ ଶେଷ କରିବାକୁ ସକ୍ଷମ ହେବେ । ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଜମିଜମା ସମ୍ପର୍କିତ ବିବାଦର ଆଶୁ ସମାଧାନ ହୋଇଯିବ। କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ରାଦିରେ କାର୍ଯ୍ୟ କରୁଥିଲେ ପୂର୍ବ ସମସ୍ୟାର ସମାଧାନ ହୋଇଯିବ ।

Advertisment

କର୍କଟ: ବ୍ୟବସାୟରେ ଲାଭ ମିଳିବ ଓ ବାକି ପଡ଼ିଥିବା ଅର୍ଥ ଆଦାୟ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ। ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବ ଏବଂ ଦୂରସ୍ଥାନକୁ ଗଲାବେଳେ ସାବଧାନତାର ସହିତ ଯାଆନ୍ତୁ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ:ନୂତନ ବ୍ୟବସାୟ ଆରମ୍ଭ କରିବେ ଓ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ । ରାଜନୀତିରେ ଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ ।

ମକର: ବ୍ୟବସାୟରେ ଲାଭ ପାଇବାରୁ ଘରପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ। ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଖୁସି ଖବର ପ୍ରାପ୍ତି ହେବ ଓ ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ: ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମ ସମାଧାନ କରାଇପାରନ୍ତି । ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ ଓ ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ନିଜ ଲୋକ ମିଛ କେସ୍‌ରେ ଫସାଇ ଦେବେ ।

ମୀନ:  ବୁଦ୍ଧି ବିବେକ ଜ୍ଞାନ କୌଶଳ ବଳରେ ପ୍ରତ୍ୟେକଟି କ୍ଷେତ୍ରରେ ବିଜୟ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ମନୋମାଳିନ୍ୟକୁ ଦୂରେଇ ନେବା ପାଇଁ ପ୍ରଯତ୍ନ କଲେ ଉପକୃତ ହେବେ। ଅପରାହ୍ନରେ କୌଣସି ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ସହ ସମ୍ମାନିତ ହେବେ ।

Astrology Daily Horoscope
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe