୯ ଏପ୍ରିଲ, ରବିବାର: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ

ଅର୍ଥଲାଭ ହେବ। ସମସ୍ୟାର ସମାଧାନ ହେବ। ଖଳ ଲୋକଙ୍କ କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ। 

Representational Image

  • Published: Sunday, 09 April 2023
  • , Updated: 09 April 2023, 07:40 AM IST

ମେଷ: ପାରିବାରିକ ଜୀବନ ଭଲ ରହିବ। ଆଶା କରୁଥିବା ଦିଗରୁ ସଫଳତା ମିଳିବ। ସନ୍ତାନମାନଙ୍କର ଉନ୍ନତି ହେବ। କର୍ମ କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହୋଇଯିବ।

ବୃଷ: ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ବ୍ୟବସାୟରେ ଭଲ ଲାଭ ମିଳିବ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସିତ ହେବେ।

ମିଥୁନ: ଦିନଟି ଭଲରେ କଟିବ। ଶତୃମାନେ ପରାଜିତ ହେବେ। ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜି ଯାଇପାରେ। ବିଦ୍ୟାର୍ଥୀମାନେ ଲକ୍ଷ୍ୟସ୍ଥଳରେ
ପହଞ୍ଚିବେ।

କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବାଧା ଉପୁଜିବ। ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି।

ସିଂହ: ମନ ଅସ୍ଥିର ରହିବ। କୌଣସି ମୂଲ୍ୟବାନ ଜିନିଷ କିଣିବା ପାଇଁ ମନ ବଳାଇପାରନ୍ତି। ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ।

କନ୍ୟା: ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ହାସଲ କରିପାରିବେ। ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି।

ତୁଳା: ଅର୍ଥଲାଭ ହେବ। ସମସ୍ୟାର ସମାଧାନ ହେବ। ଖଳ ଲୋକଙ୍କ କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ। ପରିବାରରେ କିଛି ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।

ବିଛା:କୌଣସି ସମ୍ପର୍କୀୟଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇପାରନ୍ତି। ପରିବାରରେ ଅଶାନ୍ତି ଦେଖା ଦେଇପାରେ। ଅନେକ କ୍ଷେତ୍ରରେ ନୀରବ ରହିଲେ ଭଲ ହେବ।

ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। କର୍ମକ୍ଷେତ୍ରରେ ସାମାନ୍ୟ ସମସ୍ୟା ସୃଷ୍ଟି ହୋଇପାରେ। 

ମକର: ହସଖୁସିରେ ଦିନଟି କଟିବ। ଆୟ ଅପେକ୍ଷା ବ୍ୟୟ ବଢ଼ିବ। ଅଗ୍ନି,ଜଳ ଓ ବିଦ୍ୟୁତ୍ ପ୍ରତି ସାବଧାନ ରହିବା ଭଲ।

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ର କରି ବନ୍ଧୁଙ୍କ ସହ ମନୋମାଳିନ୍ୟ ହେବ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ। ବ୍ୟବସାୟରେ ଭଲ ଲାଭ ମିଳିବ। 

ମୀନ: ବନ୍ଧୁଙ୍କ ସହଯୋଗ ମିଳିବ। ବସ୍ତ୍ର, ଆଭୂଷଣ ଆଦି ପ୍ରାପ୍ତିର ଯୋଗ ରହିଛି। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତୃମାନେ କୌଣସି ପ୍ରକାର କ୍ଷତି କରିପାରିବେ ନାହିଁ। 
 

 

Related story