ମେଷ: ସାମାଜିକ ସ୍ଥିତି ବଜାୟ ରହିବା ସହ ପାରିବାରିକ ପତିଆରା ଅମଳିନ ରହିବ । ଆମଦାନୀ ଓ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । କୌଣସି କାରଣ ନଥାଇ ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେଇପାରେ ।
ବୃଷ: ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ କିଛି ଆଦାୟ ହୋଇପାରିବ । ଦୂରଯାତ୍ରାର ସୁଯୋଗ ପାଇବେ ଓ ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ।
ମିଥୁନ: ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ପାରିବାରିକ ଜୀବନ ଆନନ୍ଦମୟ ହେବ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ ।
କର୍କଟ: ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ଓ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।
ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।
କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।
ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।
ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।
ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।
ମକର: କର୍ମକ୍ଷେତ୍ରର ବ୍ୟସ୍ତତା ନେଇ ସୁଖ ଶାନ୍ତି ଦୂରେଇଯିବ । ଭାଗୀଦାର ବ୍ୟବସାୟରେ ବାଦବିବାଦ, ଝଗଡାଝାଣ୍ଟି ମୁଣ୍ଡ ଟେକିପାରେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।
କୁମ୍ଭ: ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍ କରିବେ । ବକେୟା ପ୍ରାପ୍ୟ ପାଇଁ ବିବାଦ ହୋଇପାରେ, ଦାମ୍ପତ୍ୟ ଜୀବନରେ ସୁଖ ଶାନ୍ତି ମିଳିବ । ସ୍ୱାସ୍ଥ୍ୟଜନିତ ସମସ୍ୟାକୁ ନେଇ ଅର୍ଥହାନୀ ଦେଖାଯିବ।
ମୀନ: ଆଧ୍ୟାତ୍ମିକ ଭାବନାରେ ସମୟ କଟିବ, ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ସନ୍ତାନମାନଙ୍କ ପାଇଁ ଶୁଭ ଖବର ଶୁଣି ବାପାମା’ ଖୁସି ହେବେ । କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।