୯ ଜୁନ, ଶୁକ୍ରବାର: ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ

ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ ।

rashi

Representational Image

Niharika Rout
  • Published: Friday, 09 June 2023
  • Updated: 09 June 2023, 07:41 AM IST

Sports

Latest News

ମେଷ: ଦିନଟି ଶୁଭପ୍ରଦ ହେବ, ଶାରୀରିକ ଓ ମାନସିକ ଅଭିବୃଦ୍ଧି ଘଟିବ । ବ୍ୟବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ । ମହିଳାମାନେ ପରିବାରରେ ଆଦରଣୀୟା ହେବେ । ଛାତ୍ରଛାତ୍ରୀ ପ୍ରତିଯୋଗୀତାରେ ବିଜୟୀ ହେବେ ।

ବୃଷ: କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କର ସଂପୂର୍ଣ୍ଣ ସହଯୋଗ ମିଳିବ । ସାଂସାରିକ ଜୀବନ ସୁଖମୟ ହେବ । ଶରୀର ସୁସ୍ଥ ରହିବ ଏବଂ ମାନସିକ ଦୁଶ୍ଚିନ୍ତା ଦୂର ହୋଇଯିବ । ଛାତ୍ରଛାତ୍ରୀ ବିଦ୍ୟାରେ କୃତକାର୍ଯ୍ୟ ହେବେ ଏବଂ ସାହିତ୍ୟ, ସଙ୍ଗୀତ ଓ ଅଭିନୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ।

ମିଥୁନ:  ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମକ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ। ମହିଳା ଓ ଛାତ୍ରଛାତ୍ରୀ ଦିନଟିକୁ ଆନନ୍ଦ ଉଲ୍ଲାସରେ ଅତିବାହିତ କରିବେ।

କର୍କଟ: ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ। ପ୍ରେମିକପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପୂର୍ବରୁ ଲାଗିରହିଥିବା ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ବ୍ୟବସାୟୀମାନେ ଆଶାନୁରୂପ ଲାଭ ପାଇବେ । ଶତ୍ରୁମାନେ ମିତ୍ର ଭାବ ଆଚରଣ କରିବେ।

ସିଂହ: ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସନ୍ତାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ହସ୍ତଗତ ହେବ। ଶତ୍ରୁମାନେ ପରାଜିତ ହୋଇ ମିତ୍ରତାର ହାତ ବଢାଇବେ ।

କନ୍ୟା: କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।ପରିଶ୍ରମ ଅନୁଯାୟୀ ଆଶାଜନକ ପାରିଶ୍ରମିକ ମିଳିବ ଗୃହ କିମ୍ବା ଯାନବାହନ କିଣିବାକୁ ଯୋଜନା ପ୍ରସ୍ତୁତ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ ।

ବିଚ୍ଛା: ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ ।

ଧନୁ: ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ, ଉଧାର ଦେଇ ଫେରି ପାଇବା ସହଜ ହେବ । ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ଓ ଛାତ୍ରଛାତ୍ରୀ ମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବ ।

ମକର : ସ୍ୱାସ୍ଥ୍ୟ ଆଗ ଅପେକ୍ଷା ବହୁତ ଭଲ ରହିବ ଓ ଘରକୁ ବନ୍ଧୁଙ୍କର ଆଗମନ ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ମନ ବଳାଇଲେ ମଧ୍ୟ ଅଶାନ୍ତି ସୃଷ୍ଟି ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଭ୍ରମଣ କରିବେ ଓ ସୁସ୍ୱାଦୁ ଭୋଜନ କରିବେ।

କୁମ୍ଭ: କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ, ଦାମ୍ପତ୍ୟ ଜୀବନ ସୁଖମୟ ହେବ । ମହିଳାମାନେ ପାରିବାରିକ ପରିବେଶରେ ନିଜର ସ୍ଥିତି ସୁଦୃଢ କରିବେ । ବିଦ୍ୟାର୍ଥୀମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ ।

ମୀନ: ଦେହ ମନ ଭଲ ରହିବ, କର୍ମକ୍ଷେତ୍ରରେ ସଫଳତା ମିଳିବ । ଉଚ୍ଚ କର୍ତ୍ତୃପକ୍ଷଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ । ମହିଳାମାନେ ଗୃହ କାର୍ଯ୍ୟରେ ନିମଗ୍ନ ରହିବେ । ଛାତ୍ରଛାତ୍ରୀ ବିଦ୍ୟାରେ ସଫଳତା ହାସଲ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos