୯ ନଭେମ୍ବର,ମଙ୍ଗଳବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ସମସ୍ତ ଦିଗରେ ସଫଳତା ହାସଲ କରିବେ। ପରିବାରରେ ସୁଖ-ଶାନ୍ତି ପୂର୍ବ ପରି ଅତୁଟ ରହିବ। ନିଜ ପାଇଁ କିମ୍ବା ଘର ପାଇଁ ନୂଆ ଦ୍ରବ୍ୟ କିଣାକିଣି କରିବେ। ବୃଷ: ଏଣୁ ତେଣୁ କଥାରେ ମୁଣ୍ଡ ପୂରାନ୍ତୁ ନାହିଁ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ମଧ୍ୟାହ୍ନ ପରେ ଭାବିଚିନ୍ତି କାର୍ଯ୍ୟକଲେ ସୁଫଳ ପାଇବେ। ମିଥୁନ: ଆଜିର ଦିନଟି ଭଲରେ କଟିବ। ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିବେ। ବ୍ୟବସାୟ ବାଣିଜ୍ୟରେ […]

RASI

Tapaswini Nayak
  • Published: Tuesday, 09 November 2021
  • , Updated: 09 November 2021, 07:53 AM IST

ମେଷ: ସମସ୍ତ ଦିଗରେ ସଫଳତା ହାସଲ କରିବେ। ପରିବାରରେ ସୁଖ-ଶାନ୍ତି ପୂର୍ବ ପରି ଅତୁଟ ରହିବ। ନିଜ ପାଇଁ କିମ୍ବା ଘର ପାଇଁ ନୂଆ ଦ୍ରବ୍ୟ କିଣାକିଣି କରିବେ।

ବୃଷ: ଏଣୁ ତେଣୁ କଥାରେ ମୁଣ୍ଡ ପୂରାନ୍ତୁ ନାହିଁ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ମଧ୍ୟାହ୍ନ ପରେ ଭାବିଚିନ୍ତି କାର୍ଯ୍ୟକଲେ ସୁଫଳ ପାଇବେ।

ମିଥୁନ: ଆଜିର ଦିନଟି ଭଲରେ କଟିବ। ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିବେ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ।

କର୍କଟ: କର୍ମକ୍ଷେତ୍ରର ଉଚ୍ଚ କର୍ତ୍ତୃପକ୍ଷ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଅପ୍ରିୟ ସତ୍ୟକଥା କହି ଦୋଷୀ ସାବ୍ୟସ୍ତ ହୋଇ ମନସ୍ତାପ କରିବେ।

ସିଂହ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। ଯାହାଫଳରେ ଧାର କରଜ କରିବାକୁ ପଡିପାରେ। ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦ କରନ୍ତୁ ନାହିଁ।

କନ୍ୟା: ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ମହିଳାମାନେ ଘରେ ବିଭିନ୍ନ ପ୍ରକାରର କାର୍ଯ୍ୟରେ ବ୍ୟସ୍ତ ରହିବେ। ଅର୍ଥ ଓ ସ୍ୱାସ୍ଥ୍ୟ ସମସ୍ୟା ଲାଗି ରହିବ।

ତୁଳା: ଗୃହସ୍ଥ ଜୀବନରେ ସୁଖ ଓ ଶାନ୍ତି ରହିବ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

ବିଚ୍ଛା: ବିଦ୍ୟାର୍ଥୀମାନେ ପାଠପଢ଼ାରେ ସଫଳତା ପାଇବେ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ବାଦ-ବିବାଦ କରନ୍ତୁ ନାହିଁ। ମାନ-ସମ୍ମାନ ବଢ଼ିବ।

ମକର: ବହୁ ଦିନର ସ୍ୱପ୍ନ ଆଜି ବାସ୍ତବରେ ପରିଣତ ହେବ। ମିତ୍ରମାନଙ୍କ ସହିତ ସାକ୍ଷାତ କରିବେ। ଘରକୁ ଅତିଥି ଆସିପାରନ୍ତି। ନୂଆ ଜାଗା କିଣି ପାରନ୍ତି।

କୁମ୍ଭ: ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କ ପାଇଁ ପରିସ୍ଥିତି ଅନୁକୂଳ ରହିବ।ଶତ୍ରୁମାନେ ପରାସ୍ତ ହେବେ।

ମୀନ: ନୂତନ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଘର କାର୍ଯ୍ୟକୁ ନେଇ ବ୍ୟସ୍ତ ରହିବେ।

 

Related story