ମେଷ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ସହଯୋଗ ସମର୍ଥନ ପାଇ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ମିଳିବ । ବହୁ ପ୍ରତିକ୍ଷୀତ ଶୁଭ ସମାଚାର ଶୁଣି ମନ ପ୍ରଫୁଲ୍ଲିତ ରହିବ।
ବୃଷ: ପାରିବାରିକ ସମସ୍ୟାକୁ ନେଇ ମାନସିକ ଅସ୍ଥିରତା ମନକୁ ବିଚଳିତ କରିବ । କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବ ନାହିଁ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସଫଳତା ମିଳିବ । ଶରୀର ସୁସ୍ଥ ରହିବ ଓ ସୁସ୍ୱାଦୁ ଭୋଜନ କରିବେ।
ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହେବ । ବହୁ ଦିନର ସ୍ୱପ୍ନ ସାକାର ହେବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ଏବଂ ଯାତ୍ରାରେ ଶୁଭଫଳ ମିଳିବ । ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।
କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ, ଦେହ ମନ ସୁସ୍ଥ ରହିବ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ । ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ, ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।
ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।
କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।
ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।
ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।
ମକର : ବହୁ ଦିନର ନିରବତା ଓ ପ୍ରତୀକ୍ଷାର ଅନ୍ତ ହେବ । ଦେଖା ଦେଉଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ । ଶତ୍ରୁମାନେ ପରାଜିତ ହେବେ । ବିଚାରଧୀନ ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ ଓ ପୁରାତନ ରୋଗର ଉପସମ ହେବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ପ୍ରତିନ୍ଦ୍ୱନ୍ଦ୍ୱୀମାନେ ପରାଜିତ ହେବେ, ଆୟ ବୃଦ୍ଧି ଘଟିବ ।
କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ କିନ୍ତୁ ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ।
ମୀନ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ, ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ବିଦ୍ୟାର୍ଥିମାନେ ବିଦ୍ୟାକ୍ଷେତ୍ରରେ ଆଶାନୁରୂପ ସଫଳତା ହାସଲ କରିବେ ଓ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ।