ମେଷ: ବିଦେଶ ଯାତ୍ରା ପାଇଁ ଯୋଜନା କରିପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।
ବୃଷ: କୌଣିସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଧିକ ପରିଶ୍ରମ କରିବେ।
ମିଥୁନ: ବ୍ୟବସାୟରେ ଲାଭ ମିଳିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଘର ପାଇଁ ଜିନିଷ କିଣି ପାରନ୍ତି।
କର୍କଟ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇ ପାରନ୍ତି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।
ସିଂହ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।
କନ୍ୟା: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିପାରନ୍ତି। ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ।
ତୁଳା: ଭାଗ୍ୟ ବୃଦ୍ଧି ହେବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ।
ବିଛା: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି। ମନ ବିଚଳିତ ରହିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।
ଧନୁ: ବନ୍ଧୁଙ୍କ ସହ କୌଣସି କଥାକୁ ନେଇ ମତାନ୍ତର ହୋଇପାରେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।
ମକର: ଖର୍ଚ୍ଚ ବଢ଼ିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପରିବାରରେ ହସ ଖୁସିର ବତାବରଣ ରହିବ।
କୁମ୍ଭ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦାମ୍ପତ୍ୟ ଜୀବନ ଭଲ ରହିବ।
ମୀନ: ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ ବଢ଼ିବ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।