ମେଷ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବ। ମାନ-ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ।
ବୃଷ: ବରିଷ୍ଠ ବ୍ୟକ୍ତିଙ୍କ ସହିତ ସଂପର୍କ ସୁଦୃଢ଼ ରହିବ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ମାଆ ବାପା ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମିଥୁନ: ଆର୍ଥିକ ସହଯୋଗ ମିଳିବ। ବନ୍ଧୁମାନେ ସହଯୋଗର ହାତ ବଢାଇବେ। ପିଲାଙ୍କ ପାଠପଢ଼ା ନେଇ ଚିନ୍ତିତ ରହିବେ।
କର୍କଟ: ଅଟକି ଯାଇଥିବା କାମ ସଂପୂର୍ଣ୍ଣ ହେବ। ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ। କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ: ମନ ଖୁସି ରହିବ। ଶତ୍ରୁମାନେ ଦୂରେଇଯିବେ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା: ଋଣ ପରିଶୋଧ କରିବେ। ନିଜର ଦକ୍ଷତା ପ୍ରଦର୍ଶନ କରିବେ। ପାରିବାରିକ ସମସ୍ୟା ଦୂର ହୋଇଯିବ। ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା: ବନ୍ଧୁଙ୍କ ଦ୍ୱାରା ସହଯୋଗ ଲାଭ କରିବେ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଅପରାହ୍ଣ ପରେ ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ବିଛା: ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପିଲାମାନଙ୍କୁ ନେଇ ଚିନ୍ତା ବଢ଼ିବ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।
ଧନୁ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।
ମକର: ମନ ବିଚଳିତ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ।
କୁମ୍ଭ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଦ୍ୱନ୍ଦ୍ୱ ଭିତରେ ରହିବେ। ପିଲାମାନେ ମନ ଦେଇ ପାଠ ପଢ଼ିବେ।
ମୀନ: ବ୍ୟସ୍ତତା ଭିତରେ ଦିନଟି କଟିବ। ମାଆ ଲକ୍ଷ୍ମୀଙ୍କୁ ପୂଜା କରନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।