୧୧ ଜୁନ୍‌, ମଙ୍ଗଳବାର: ଆତ୍ମବିଶ୍ୱାସ ବଢ଼ିବ

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ହାଲିଆ ଲାଗିବ। ମିଥୁନ: ମାନ-ସମ୍ମାନ ମିଳିବ। ନୂଆ ପୋଷାକ କିଣିପାରନ୍ତି। ବନ୍ଧୁମାନଙ୍କ ସହ ବାହାରକୁ ବୁଲି ଯାଇପାରନ୍ତି। କର୍କଟ: ଜୀବନସାଥୀଙ୍କ ସହଯୋଗ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ସିଂହ: ପରିବାରରେ ହସଖୁସିର ପରିବେଶ ରହିବ। କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ। […]

astro

astro

Jyoshna Pradhan
  • Published: Tuesday, 11 June 2019
  • Updated: 11 June 2019, 07:22 AM IST

Sports

Latest News

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ହାଲିଆ ଲାଗିବ।

ମିଥୁନ: ମାନ-ସମ୍ମାନ ମିଳିବ। ନୂଆ ପୋଷାକ କିଣିପାରନ୍ତି। ବନ୍ଧୁମାନଙ୍କ ସହ ବାହାରକୁ ବୁଲି ଯାଇପାରନ୍ତି।

କର୍କଟ: ଜୀବନସାଥୀଙ୍କ ସହଯୋଗ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ସିଂହ: ପରିବାରରେ ହସଖୁସିର ପରିବେଶ ରହିବ। କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ।

କନ୍ୟା:  ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ତୁଳା: ଆର୍ଥିକ ସ୍ଥିତି ଭଲ ରହିବ। ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ବିଚ୍ଛା: ଦିନଟି ଭଲରେ କଟିବ। ପଦୋନ୍ନତିର ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ଘରକୁ ଅତିଥି ଆସିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମା’ ଲକ୍ଷ୍ମୀଙ୍କ ପୂଜା କରନ୍ତୁ।

ମକର: ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କୌଣସି କଥାକୁ ନେଇ ବନ୍ଧୁମାନଙ୍କ ସହ ଯୁକ୍ତିତର୍କ ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କୁମ୍ଭ: ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

ମୀନ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବିଦାର୍ଥୀମାନେ ପାଠପଢ଼ାରେ ସଫଳତା ପାଇବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos