ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ହାଲିଆ ଲାଗିବ।
ମିଥୁନ: ମାନ-ସମ୍ମାନ ମିଳିବ। ନୂଆ ପୋଷାକ କିଣିପାରନ୍ତି। ବନ୍ଧୁମାନଙ୍କ ସହ ବାହାରକୁ ବୁଲି ଯାଇପାରନ୍ତି।
କର୍କଟ: ଜୀବନସାଥୀଙ୍କ ସହଯୋଗ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।
ସିଂହ: ପରିବାରରେ ହସଖୁସିର ପରିବେଶ ରହିବ। କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ।
କନ୍ୟା: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।
ତୁଳା: ଆର୍ଥିକ ସ୍ଥିତି ଭଲ ରହିବ। ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।
ବିଚ୍ଛା: ଦିନଟି ଭଲରେ କଟିବ। ପଦୋନ୍ନତିର ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ।
ଧନୁ: ଧନପ୍ରାପ୍ତି ଯୋଗ ରହିଛି। ଘରକୁ ଅତିଥି ଆସିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମା’ ଲକ୍ଷ୍ମୀଙ୍କ ପୂଜା କରନ୍ତୁ।
ମକର: ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କୌଣସି କଥାକୁ ନେଇ ବନ୍ଧୁମାନଙ୍କ ସହ ଯୁକ୍ତିତର୍କ ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
କୁମ୍ଭ: ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।
ମୀନ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବିଦାର୍ଥୀମାନେ ପାଠପଢ଼ାରେ ସଫଳତା ପାଇବେ।