୧୨ ଅଗଷ୍ଟ, ସୋମବାର: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ

ମେଷ: ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅଳସୁଆ ଅନୁଭବ କରିବେ।

ବୃଷ: ଶରୀର ଅସୁସ୍ଥ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ମିଥୁନ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କର୍କଟ: ହସଖୁସିରେ ସମୟ ବିତାଇବେ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

ସିଂହ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଶୁଭ ଖବର ଶୁଣିବେ। କୌଣସି ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

କନ୍ୟା: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାରର କୌଣସି ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ତୁଳା: ଭାଗ୍ୟ ବୃଦ୍ଧି ହେବ। ଭାଇ-ଭଉଣୀଙ୍କ ମଧ୍ୟରେ ସମ୍ପର୍କ ଭଲ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ବିଚ୍ଛା: ଦିନଟି ଏତେ ଭଲରେ କଟିବ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ । ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ଧନୁ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅପରାହ୍ଣ ପରେ ବିଦେଶରୁ ଶୁଭ ଖବର ଶୁଣିପାରନ୍ତି।

ମକର: ଧନପ୍ରାପ୍ତି ଯୋଗ ରହିଛି। ମାଲିମକଦ୍ଦମାରେ ବିଜୟୀ ହେବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କୁମ୍ଭ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆୟ ବଢ଼ିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ।