୧୨ ଜାନୁଆରୀ, ରବିବାର: ବ୍ୟସ୍ତତା ଭିତରେ ଦିନଟି କଟିବ

ମେଷ:  ଦିନଟି ଭଲରେ କଟିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ବୃଷ: ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ମିଥୁନ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ଘରେ ହସଖୁସିର ପରିବେଶ ରହିବ। କର୍କଟ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ […]

astro-ok-new

Jyoshna Pradhan
  • Published: Sunday, 12 January 2020
  • , Updated: 12 January 2020, 07:19 AM IST

ମେଷ:  ଦିନଟି ଭଲରେ କଟିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ବୃଷ: ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ମିଥୁନ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ଘରେ ହସଖୁସିର ପରିବେଶ ରହିବ।

କର୍କଟ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

କନ୍ୟା: ମାନ-ସମ୍ମାନ ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ତୁଳା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ବିଚ୍ଛା: ମାଲି ମକଦ୍ଦମାରେ ବିଜୟୀ ହେବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଯାନବାହନ କିଣିପାରନ୍ତି।

ଧନୁ: ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ମକର: ଅଳସୁଆ ଅନୁଭବ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବିବାହ ସ୍ଥିର ହୋଇପାରେ।

କୁମ୍ଭ: ଧନପ୍ରାପ୍ତି ଯୋଗ ରହିଛି। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମୀନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟସ୍ତତା ଭିତରେ ଦିନଟି କଟିବ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି।

Related story