ମେଷ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।
ବୃଷ: ଦିନଟି ଖୁସିରେ କଟିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।
ମିଥୁନ: ମାନ-ସମ୍ମାନ ମିଳିବ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।
କର୍କଟ: ନୂତନ ବସ୍ତ୍ର କିଣି ପାରନ୍ତି। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ବନ୍ଧୁଙ୍କ ସହ ଯାତ୍ରା କରିପାରନ୍ତି।
ସିଂହ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।
କନ୍ୟା: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।
ତୁଳା: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ।
ବିଚ୍ଛା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ପରିଶ୍ରମ ଅନୁସାରେ ସଫଳତା ପାଇବେ। ଋଣ ଦିଅନ୍ତୁ ନାହିଁ।
ଧନୁ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।
ମକର: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।
କୁମ୍ଭ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବନ୍ଧୁଙ୍କ ସହ ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।
ମୀନ: ପରିବାରରେ ହସଖୁସିର ପରିବେଶ ରହିବ। ନୂତନ ଯାନବାହନ କିଣିପାରନ୍ତି।