ମେଷ: ମନରେ ଦ୍ୱନ୍ଦ୍ୱ ରହିବ। ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ।
ବୃଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଧିକ ପରିଶ୍ରମ କରିବେ।
ମିଥୁନ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହ ଆନନ୍ଦରେ ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।
କର୍କଟ: ଆୟଠାରୁ ବ୍ୟୟ ଅଧିକ ହେବ। ଚାକିରି କ୍ଷେତ୍ରରେ କୌଣସି କଥାକୁ ନେଇ ଅଶାନ୍ତି ଦେଖା ଦେଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ସିଂହ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।
କନ୍ୟା: ପରିବାର ସଦସ୍ୟଙ୍କ ସହ କୌଣସି କଥାକୁ ନେଇ ଝଗଡ଼ା ହୋଇପାରେ। ଗଣେଶଙ୍କୁ ପୂଜା କରନ୍ତୁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।
ତୁଳା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପିଲାମାନେ ପଢ଼ାରେ ଭଲ ପ୍ରଦର୍ଶନ କରିବେ। ଗହଣା କିଣିପାରନ୍ତି।
ବିଚ୍ଛା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ।
ଧନୁ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଚାକିରିକ୍ଷେତ୍ରରେ ପଦୋନ୍ନତିର ଯୋଗ ରହିଛି। କୌଣସି ଖୁସି ଖବର ଶୁଣିପାରନ୍ତି।
ମକର: ମାଲିମକଦ୍ଦମାରେ ବିଜୟୀ ହେବେ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ବାପାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।
କୁମ୍ଭ: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତି। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ।
ମୀନ: ଜୀବନସାଥିଙ୍କ ସହଯୋଗ ମିଳିବ। ଉପହାର ମିଳିପାରେ। ଉତ୍ତମ ଭୋଜନ କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।