୧୩ ଜୁଲାଇ, ଶନିବାର: ଆଖିରେ ଯନ୍ତ୍ରଣା ଅନୁଭବ କରିବେ

ମେଷ: ମନରେ ଦ୍ୱନ୍ଦ୍ୱ ରହିବ। ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ବୃଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଧିକ ପରିଶ୍ରମ କରିବେ। ମିଥୁନ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହ ଆନନ୍ଦରେ ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। କର୍କଟ: ଆୟଠାରୁ ବ୍ୟୟ ଅଧିକ ହେବ। ଚାକିରି କ୍ଷେତ୍ରରେ କୌଣସି କଥାକୁ ନେଇ ଅଶାନ୍ତି ଦେଖା ଦେଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସିଂହ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ନୂତନ […]

astro

Jyoshna Pradhan
  • Published: Saturday, 13 July 2019
  • , Updated: 13 July 2019, 07:29 AM IST

ମେଷ: ମନରେ ଦ୍ୱନ୍ଦ୍ୱ ରହିବ। ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ।

ବୃଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଧିକ ପରିଶ୍ରମ କରିବେ।

ମିଥୁନ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହ ଆନନ୍ଦରେ ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

କର୍କଟ: ଆୟଠାରୁ ବ୍ୟୟ ଅଧିକ ହେବ। ଚାକିରି କ୍ଷେତ୍ରରେ କୌଣସି କଥାକୁ ନେଇ ଅଶାନ୍ତି ଦେଖା ଦେଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କନ୍ୟା: ପରିବାର ସଦସ୍ୟଙ୍କ ସହ କୌଣସି କଥାକୁ ନେଇ ଝଗଡ଼ା ହୋଇପାରେ। ଗଣେଶଙ୍କୁ ପୂଜା କରନ୍ତୁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ତୁଳା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପିଲାମାନେ ପଢ଼ାରେ ଭଲ ପ୍ରଦର୍ଶନ କରିବେ। ଗହଣା କିଣିପାରନ୍ତି।

ବିଚ୍ଛା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ।

ଧନୁ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଚାକିରିକ୍ଷେତ୍ରରେ ପଦୋନ୍ନତିର ଯୋଗ ରହିଛି। କୌଣସି ଖୁସି ଖବର ଶୁଣିପାରନ୍ତି।

ମକର: ମାଲିମକଦ୍ଦମାରେ ବିଜୟୀ ହେବେ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ବାପାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କୁମ୍ଭ: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତି। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ।

ମୀନ: ଜୀବନସାଥିଙ୍କ ସହଯୋଗ ମିଳିବ। ଉପହାର ମିଳିପାରେ। ଉତ୍ତମ ଭୋଜନ କରିବେ।

Related story