ମେ’ ୧୪, ମଙ୍ଗଳବାର: ପ୍ରିୟ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ

ମେଷ: ନିଜର ବ୍ୟବହାରରେ ସଂଯମତା ରଖନ୍ତୁ। ସାଙ୍ଗସାଥୀ ସହ ଆଜିର ଦିନଟି ଖୁସିରେ କଟିବ। ଖର୍ଚ୍ଚ ବଢ଼ିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବୃଷ: ମାନ-ସମ୍ମାନ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମିଥୁନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତିରେ ଯନ୍ତ୍ରଣା ଅନୁଭବ କରିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। କର୍କଟ: ଦିନଟି ଭଲରେ କଟିବ। ପରିବାରରେ ଖୁସିରେ ବାତାବରଣ ରହିବ। ପ୍ରିୟ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ। ସିଂହ: ନକାରାତ୍ମକ […]

astro-ok-new

Tapaswini Nayak
  • Published: Tuesday, 14 May 2019
  • , Updated: 14 May 2019, 07:42 AM IST

ମେଷ: ନିଜର ବ୍ୟବହାରରେ ସଂଯମତା ରଖନ୍ତୁ। ସାଙ୍ଗସାଥୀ ସହ ଆଜିର ଦିନଟି ଖୁସିରେ କଟିବ। ଖର୍ଚ୍ଚ ବଢ଼ିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ: ମାନ-ସମ୍ମାନ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ମିଥୁନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତିରେ ଯନ୍ତ୍ରଣା ଅନୁଭବ କରିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କର୍କଟ: ଦିନଟି ଭଲରେ କଟିବ। ପରିବାରରେ ଖୁସିରେ ବାତାବରଣ ରହିବ। ପ୍ରିୟ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ।

ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରରେ ରୁହନ୍ତୁ। ବିଦ୍ୟାର୍ଥୀମାନେ ପାଠପଢ଼ାରେ ଧ୍ୟାନ ଦେବେ ନାହିଁ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

କନ୍ୟା: ସ୍ୱାସ୍ଥ୍ୟ ଭଲ ରହିବ। ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। ଆର୍ଥିକ ସ୍ଥିତି ଭଲ ରହିବ।

ତୁଳା: ବିଦେଶରୁ ଖୁସି ଖବର ମିଳିବ। ଆମୋଦ-ପ୍ରମୋଦରେ ଅଧିକ ଅର୍ଥ ବ୍ୟୟ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ବିଛା: କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ଦୃଢ଼ ଆତ୍ମବିଶ୍ୱାସ ଯୋଗୁ ସବୁ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଆୟ ବଢ଼ିବ।

ଧନୁ: ଘରେ କୌଣସି ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। ଜଳାଶୟଠାରୁ ଦୂରେଇ ରୁହନ୍ତୁ। ଗହଣା କିଣିପାରନ୍ତି।

ମକର: ବ୍ୟବସାୟ କ୍ଷେତ୍ରରେ ସମ୍ମାନ-ପ୍ରତିଷ୍ଠା ମିଳିବ। ଗାଡ଼ି ଚଲାଇବା ବେଳେ ସତର୍କତା ଅବଲମ୍ବନ କରନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ପଡ଼ୋଶୀଙ୍କ ସହ ଝଗଡ଼ା ହୋଇପାରେ।

ମୀନ: କୌଣସି କାର୍ଯ୍ୟକୁ ନେଇ ଆଜି ଆପଣଙ୍କୁ ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

Related story