୧୫ ଅଗଷ୍ଟ, ଗୁରୁବାର: ବ୍ୟସ୍ତତା ଭିତରେ ଦିନଟି କଟିବ

ମେଷ: ମନ ଭଲ ରହିବ ନାହିଁ। ବାଦ-ବିବାଦରେ ପଡ଼ିପାରନ୍ତି। ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ, ବିଫଳ ହୋଇପାରନ୍ତି। ବୃଷ: ଆର୍ଥିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ନୂଆ ବନ୍ଧୁ ମିଳିପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ମିଥୁନ: ଦିନଟି ଭଲରେ କଟିବ। ପରିବାର ଲୋକଙ୍କ ସହିତ ସମୟ ବିତାଇବେ। ଆୟ ଅନୁସାରେ ବ୍ୟୟ ବଢ଼ିବ। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। କଥା ଓ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାରୁ ଦୂରେଇ ରହିବାକୁ ପ୍ରୟାସ କରନ୍ତୁ। ସିଂହ:  କୌଣସି […]

astro-ok-new

astro-ok-new

Jyoshna Pradhan
  • Published: Thursday, 15 August 2019
  • Updated: 15 August 2019, 07:46 AM IST

Sports

Latest News

ମେଷ: ମନ ଭଲ ରହିବ ନାହିଁ। ବାଦ-ବିବାଦରେ ପଡ଼ିପାରନ୍ତି। ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ, ବିଫଳ ହୋଇପାରନ୍ତି।

ବୃଷ: ଆର୍ଥିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ନୂଆ ବନ୍ଧୁ ମିଳିପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

ମିଥୁନ: ଦିନଟି ଭଲରେ କଟିବ। ପରିବାର ଲୋକଙ୍କ ସହିତ ସମୟ ବିତାଇବେ। ଆୟ ଅନୁସାରେ ବ୍ୟୟ ବଢ଼ିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। କଥା ଓ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାରୁ ଦୂରେଇ ରହିବାକୁ ପ୍ରୟାସ କରନ୍ତୁ।

ସିଂହ:  କୌଣସି ଶୁଭ ଖବର ଶୁଣିପାରନ୍ତି। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ। ସ୍ୱାସ୍ଥ୍ୟ ଭଲ ରହିବ।

କନ୍ୟା: ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ। କାହା ସହିତ ଝଗଡ଼ା ହୋଇପାରେ। କେହି ସାହାଯ୍ୟ ମାଗିଲେ ମନା କରନ୍ତୁ ନାହିଁ।

ତୁଳା:  ପଦୋନ୍ନତିର ଯୋଗ ରହିଛି। ଆର୍ଥିକ ସ୍ଥିତି ଭଲ ରହିବ। ସମାଜରେ ମାନ-ପ୍ରତିଷ୍ଠା ବଢ଼ିବ।

ବିଛା: ପ୍ରତିକୂଳ ସ୍ଥିତିର ସମ୍ମୁଖୀନ ହେବେ। ସନ୍ତାନଙ୍କ ସହ ମତଭେଦ ହୋଇପାରେ। ଉଚ୍ଚ ଅଧିକାରୀଙ୍କ ସହ ପାଟିତୁଣ୍ଡ ହୋଇପାରେ।

ଧନୁ: ଆଜି ଟିକେ ସତର୍କ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନ ନେଲେ ଭଲ। ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ମକର: ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ। ସ୍ୱାସ୍ଥ୍ୟ ଜନିତ କୌଣସି ସମସ୍ୟା ଦେଖାଯାଇପାରେ। ଖର୍ଚ୍ଚ ବଢ଼ିବ।

କୁମ୍ଭ: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଅପରାହ୍ଣ ପରେ ଆଖିରେ ଯନ୍ତ୍ରଣା ଅନୁଭବ କରିବେ।

ମୀନ: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ନୂତନ ପୋଷାକ କିଣି ପାରନ୍ତି। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos