୧୭ ଅକ୍ଟୋବର,ଗୁରୁବାର: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ

ମେଷ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ବୃଷ: ମନ ଖୁସି ରହିବ।  ଶରୀର ସୁସ୍ଥ ରହିବ। ଦିନଟି ଭଲରେ କଟିବ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।  ଆର୍ଥିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ।

ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ତୁଳା: ଦ୍ୱନ୍ଦ୍ୱ ଭିତରେ ରହିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧନପ୍ରାପ୍ତି ଯୋଗ ରହିଛି।

ବିଚ୍ଛା: ପରିବାରରେ ହସଖୁସିର ପରିବେଶ ରହିବ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

ଧନୁ:  ବ୍ୟସ୍ତତା ଭିତରେ ଦିନଟି କଟିବ।  ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। କାହାକୁ ଟାଣ କଥା କୁହନ୍ତୁ ନାହିଁ।

ମକର: ବିବାହ ସ୍ଥିର ହୋଇପାରେ। ନୂତନ ବସ୍ତ୍ର କିଣି ପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

କୁମ୍ଭ: ମାନ-ସମ୍ମାନ ମିଳିବ।  ଅପରାହ୍ଣ ପରେ ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ମୀନ:  ଆତ୍ମ ବିଶ୍ୱାସ  ବଢ଼ିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।