ମେ’ ୧୭, ଶୁକ୍ରବାର: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ

ମେଷ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କୁ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।

ବୃଷ: ଆଜି କୌଣସି ନୂଆ କାମ ଆରମ୍ଭ କରନ୍ତୁ ନାହିଁ। ଦିନଟି ଆପଣଙ୍କ ପାଇଁ ଆଦୌ ଭଲ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମିଥୁନ: ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ। ଶୁଭ ସମାଚାର ମିଳିପାରେ।

କର୍କଟ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଘରକୁ ଅତିଥି ଆସିପାରନ୍ତି। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ସିଂହ: ପିଲାଙ୍କୁ ନେଇ ଚିନ୍ତିତ ରହିବେ। ଅସୁସ୍ଥ ଅନୁଭବ କରିବେ। ଖାଦ୍ୟପେୟ ଉପରେ ଧ୍ୟାନ ଦିଅନ୍ତୁ। କାହାକୁ ବାଧିଲା ଭଳି କିଛି କୁହନ୍ତୁ ନାହିଁ।

କନ୍ୟା: ଦିନଟି ଭଲରେ କଟିବ। ଧନପ୍ରାପ୍ତି ଯୋଗ ରହିଛି। ଚାକିରିରେ ପରିବର୍ତ୍ତନ ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ତୁଳା: ମାନ-ସମ୍ମାନ ବୃଦ୍ଧି ପାଇବ। ବ୍ୟବସାୟରେ ଆଶାମୁତାବକ ଲାଭ ହେବ। ଘର ଲୋକଙ୍କ ସହିତ ଖୁସିରେ ଦିନଟି କାଟିବେ।

ବିଛା: ଅଫିସରେ କୌଣସି ନୂଆ କାମର ଦାୟିତ୍ୱ ନେଇପାରନ୍ତି। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଧାର୍ମିକ କାର୍ଯ୍ୟରେ ଅଧିକ ଅର୍ଥ ଖର୍ଚ୍ଚ ହୋଇପାରେ।

ଧନୁ: ଥଣ୍ଡା ଓ କାଶରେ ପଡ଼ିପାରନ୍ତି। ଦେଖିଚାହିଁ ଚଳନ୍ତୁ। ବ୍ୟବସାୟ କ୍ଷେତ୍ରରେ ଥିବା ଲୋକେ ଆଗାମୀ ଦିନ ପାଇଁ ନୂଆ ଯୋଜନା କରିବେ।

ମକର: ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଘରକୁ ଅତିଥି ଆସିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କୁମ୍ଭ: କ୍ୟାରିୟରରେ ସଫଳତା ମିଳିବ। କୌଣସି ସମସ୍ୟା ଥିଲେ, ଆଜି ତା’ର ସମାଧାନ ହୋଇପାରେ। ଜୀବନସାଥୀଙ୍କ ସହଯୋଗ ମିଳିବ।

ମୀନ: ପେଟରେ ସମସ୍ୟା ଦେଖାଦେଇପାରେ। ଆୟଠୁ ବ୍ୟୟ ଅଧିକ ହେବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ।