ମେଷ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।
ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଶରୀର ସୁସ୍ଥ ରହିବ।
ମିଥୁନ: ପରିବାରରେ ହସଖୁସିର ବାତାବରଣ ରହିବ। ଖର୍ଚ୍ଚ ବଢ଼ିବ। ସହକର୍ମୀଙ୍କ ସହଯୋଗ ମିଳିବ।
କର୍କଟ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।
ସିଂହ: ମନ ବିଚଳିତ ରହିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।
କନ୍ୟା: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।
ତୁଳା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି।
ବିଚ୍ଛା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।
ଧନୁ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ନୂତନ ଯାନବାହନ କିଣିପାରନ୍ତି।
ମକର: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ପଦୋନ୍ନତିର ଯୋଗ ରହିଛି।
କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନୋରଞ୍ଜନ ସ୍ଥାନକୁ ବୁଲି ଯିବାକୁ ଯୋଜନା କରିପାରନ୍ତି। ବିଦେଶରୁ ଖୁସି ଖବର ଆସିପାରେ।
ମୀନ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କଳା ଓ ସାହିତ୍ୟକ୍ଷେତ୍ରରେ ରୁଚି ବଢ଼ିବ। ଆତ୍ମବିଶ୍ୱାସ ବଢ଼ିବ।