ମେଷ: ପରିବାରରେ ହସ ଓ ଖୁସିର ପରିବେଶ ରହିବ। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବୃଷ: ସମସ୍ୟାର ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ହେବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ। କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ: ମନ ବିଚଳିତ ରହିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ମାଆ ବାପା ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ: ଶରୀର ସୁସ୍ଥ ରହିବେ। ଖାଦ୍ୟପେୟ ଯତ୍ନ ନିଅନ୍ତୁ। ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ।
କନ୍ୟା: ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହାସ କରିବେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।
ତୁଳା: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ପାରିବାରିକ ଜୀବନ ସୁଖମୟ ହେବ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ବିଛା: ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବଜାୟ ରହିବ। ବନ୍ଧୁଙ୍କ ସହଯୋଗ ମିଳିବ।
ଧନୁ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ମାଆ ଲକ୍ଷ୍ମୀଙ୍କୁ ପୂଜା କରନ୍ତୁ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ମକର: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ। ଋଣ ଦିଅନ୍ତୁ ନାହିଁ।
କୁମ୍ଭ: ଦିନଟି ଖୁସିରେ କଟିବ। ଶୁଭ ସମାଚାର ପାଇ ଖୁସି ହେବେ। ବନ୍ଧୁଙ୍କ ଠାରୁ ସାହାଯ୍ୟ ସମର୍ଥନ ପାଇବେ।
ମୀନ: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି । ସମ୍ବାଦିକମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇ ପାରନ୍ତି।