୨୦ ନଭେମ୍ବର, ବୁଧବାର: ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ମେଷ: ମନ ଖୁସି ରହିବ। ନୂତନ ପୋଷାକ କିଣି ପାରନ୍ତି। ବିପରୀତ ଲିଙ୍ଗ ପ୍ରତି ଆକର୍ଷିତ ହୋଇପାରନ୍ତି। ବୃଷ: ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ମିଥୁନ:ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କର୍କଟ:  ପରିବାରରେ ହସଖୁସିର ପରିବେଶ ରହିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସଫଳତା […]

astro-ok-new-4-750x400

Niharika Rout
  • Published: Wednesday, 20 November 2019
  • , Updated: 20 November 2019, 07:28 AM IST

ମେଷ: ମନ ଖୁସି ରହିବ। ନୂତନ ପୋଷାକ କିଣି ପାରନ୍ତି। ବିପରୀତ ଲିଙ୍ଗ ପ୍ରତି ଆକର୍ଷିତ ହୋଇପାରନ୍ତି।

ବୃଷ: ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ମିଥୁନ:ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ:  ପରିବାରରେ ହସଖୁସିର ପରିବେଶ ରହିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ସିଂହ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବିଳମ୍ୱରେ କାର୍ଯ୍ୟ ସମାପନ କରିବେ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି।

କନ୍ୟା: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ।

ତୁଳା: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ବଡ଼ ଭାଇଙ୍କ ଆଶୀର୍ବାଦ ମିଳିବ।

ବିଚ୍ଛା: ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ଧନୁ: ପିଲାଙ୍କ ସଫଳତାରେ ଖୁସି ଅନୁଭବ କରିବେ। ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ମକର: ପଦୋନ୍ନତିର ଯୋଗ ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମାନ-ସମ୍ମାନ ବଢ଼ିବ।

କୁମ୍ଭ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବିବାହ ସ୍ଥିର ହୋଇପାରେ। ଆୟ ବୃଦ୍ଧି ହେବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ମୀନ: ମନ ବିଚଳିତ ରହିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ।

 

Related story