୨୧ ଅଗଷ୍ଟ, ବୁଧବାର: ଅଳସୁଆ ଅନୁଭବ କରିବେ

ମେଷ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଖର୍ଚ୍ଚ ବଢ଼ିବ। ମିଥୁନ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ସିଂହ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପରିବାରରେ ହସଖୁସିର ପରିବେଶ […]

ttttttttttttttttt-2

Tapaswini Nayak
  • Published: Wednesday, 21 August 2019
  • , Updated: 21 August 2019, 07:23 AM IST

ମେଷ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଖର୍ଚ୍ଚ ବଢ଼ିବ।

ମିଥୁନ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ସିଂହ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ମନ ଖୁସି ରହିବ।

କନ୍ୟା: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଅଳସୁଆ ଅନୁଭବ କରିବେ।

ତୁଳା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ବିଚ୍ଛା: ମାନ-ସମ୍ମାନ ମିଳିବ। ବୌଦ୍ଧିକ ଚର୍ଚ୍ଚାରେ ଭାଗ ନେଇ ପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ଧନୁ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ମକର: ଆଧ୍ୟାତ୍ମକ ସ୍ଥାନକୁ ଯାଇପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ବିବାହ ସ୍ଥିର ହୋଇପାରେ।

କୁମ୍ଭ: ଋଣ ଦିଅନ୍ତୁ ନାହିଁ। ମନରେ ଏକାଗ୍ରତା ରହିବ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ମୀନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଉପହାର ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

Related story