୨୨ ଜାନୁଆରୀ,ବୁଧବାର: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ

ମେଷ:  ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଘରେ ହସଖୁସିର ପରିବେଶ ରହିବ। ବୃଷ:  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଅସୁସ୍ଥ ଅନୁଭବ କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ମିଥୁନ:  ଦିନଟି ଭଲରେ କଟିବ। ଅଧିକ ପରିଶ୍ରମ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। କର୍କଟ: ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା […]

astro-1

Niharika Rout
  • Published: Wednesday, 22 January 2020
  • , Updated: 22 January 2020, 07:26 AM IST

ମେଷ:  ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଘରେ ହସଖୁସିର ପରିବେଶ ରହିବ।

ବୃଷ:  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଅସୁସ୍ଥ ଅନୁଭବ କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମିଥୁନ:  ଦିନଟି ଭଲରେ କଟିବ। ଅଧିକ ପରିଶ୍ରମ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କର୍କଟ: ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ସିଂହ:  ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

କନ୍ୟା:  ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ତୁଳା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବିଚ୍ଛା: ମାଲି ମକଦ୍ଦମାରେ ବିଜୟୀ ହେବେ। ଯାନବାହନ କିଣିପାରନ୍ତି।  ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ଧନୁ:  ବ୍ୟସ୍ତତା ଭିତରେ ଦିନଟି କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ମାନ-ସମ୍ମାନ ମିଳିବ।

ମକର:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମୀନ: ଅଳସୁଆ ଅନୁଭବ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବିବାହ ସ୍ଥିର ହୋଇପାରେ।

Related story