୨୨ ମାର୍ଚ୍ଚ ରବିବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ଦିନଟି ଭଲରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ବୃଷ:  ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମିଥୁନ: ଘରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। କର୍କଟ:  ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। […]

astro-1-

Jyoshna Pradhan
  • Published: Sunday, 22 March 2020
  • , Updated: 22 March 2020, 07:18 AM IST

ମେଷ: ଦିନଟି ଭଲରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

ବୃଷ:  ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ମିଥୁନ: ଘରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ:  ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ତୁଳା:  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା: ମାଲି ମକଦ୍ଦମାରେ ବିଜୟୀ ହେବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଯାନବାହନ କିଣିପାରନ୍ତି।

ଧନୁ: ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ମକର:  ଅଳସୁଆ ଅନୁଭବ କରିପାରନ୍ତି। ବିବାହ ସ୍ଥିର ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କୁମ୍ଭ: ଧନପ୍ରାପ୍ତି ଯୋଗ ରହିଛି। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମୀନ: ବ୍ୟସ୍ତତା ଭିତରେ ଦିନଟି କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି।

Related story