ମେଷ: ମାନ- ସମ୍ମାନ ମିଳିବ। ବ୍ୟାପାର କାରବାରରେ ସୁଧାର ଆସିବ। ସ୍ୱାସ୍ଥ୍ୟ ଭଲ ରହିବା ସହ ମାନସିକ ଶାନ୍ତି ଅନୁଭବ କରିବେ। ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।
ବୃଷ: ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟରେ ଆର୍ଥିକ ସ୍ଥିତି ସୁଧୁରି ଯିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ମିଥୁନ: ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ୱଳ ହେବ। କର୍ମକ୍ଷେତ୍ରରେ ଅଧିକାରୀଙ୍କର କୃପା ଲାଭ କରିବେ। କାରବାରରେ ସୁଧାର ଆସିବାରୁ ମନ ଖୁସି ରହିବ। ମାଆ, ବାପା ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ: ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ।
ସିଂହ: ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ।
କନ୍ୟା: ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ହେବେ। ବିଦ୍ୟା ସମ୍ବନ୍ଧୀୟ ଶୁଭ ସମାଚାର ପ୍ରାପ୍ତ ହେବ।
ତୁଳା: ସ୍ୱାସ୍ଥ୍ୟରେ ଉନ୍ନତି ହେବା ଯୋଗୁ ମନ ଖୁସି ରହିବ। ଶତ୍ରୁମାନେ ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ। ବୁଦ୍ଧି ବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ।
ବିଛା: ସାମ୍ବାଦିକମାନେ ଜନ ସମର୍ଥନ ପାଇ ସଫଳ ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। କର୍ମକ୍ଷେତ୍ରରେ ଅଧିକ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡିପାରେ।
ଧନୁ: ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ତ୍ୱପୂର୍ଣ୍ଣ କାମ ହୋଇପାରେ। ଶତ୍ରୁମାନେ ଦୁର୍ବଳ ହେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେବା ଆବଶ୍ୟକ।
ମକର: ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରିବେ। ଗଠନମୂଳକ କାର୍ଯ୍ୟ ହାତକୁ ନେଇ ଆର୍ଥିକ ଦିଗରୁ ଉନ୍ନତି ହେବ।
କୁମ୍ଭ: ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଆକସ୍ମିକ ଧନ ପ୍ରାପ୍ତି ହେବ।
ମୀନ: ସାମାଜିକ କାର୍ଯ୍ୟରେ ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରିବେ। ମାନସିକ ଶାନ୍ତି ଅନୁଭବ କରିବେ।