ମେଷ: ଦିନଟି ଭଲରେ କଟିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ବୃଷ: ନୂତନ କାର୍ଯ୍ୟ କରିବା ପାଇଁ ପ୍ରେରଣା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କଠାରୁ ଶୁଭ ଖବର ଶୁଣି ପାରନ୍ତି।
ମିଥୁନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।
କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବ।
ସିଂହ: ପରିବାରରେ ହସଖୁସିର ପରିବେଶ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।
କନ୍ୟା: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।
ତୁଳା: ଶରୀର ଫୂର୍ତ୍ତି ରହିବ। ମାଲି ମକଦ୍ଦମାରେ ବିଜୟୀ ହେବେ। ମନ ବିଚଳିତ ରହିବ।
ବିଚ୍ଛା: ଶତ୍ରୁ ଠାରୁ ବିଜୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଭାଗ୍ୟ ବୃଦ୍ଧି ହେବ।
ଧନୁ: ଅଧିକ ପରିଶ୍ରମ କରିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ। କୌଣିସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।
ମକର: ପଦୋନ୍ନତିର ଯୋଗ ରହିଛି। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।
କୁମ୍ଭ: ଧନପ୍ରାପ୍ତି ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଅପରାହ୍ଣ ପରେ ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ମୀନ: ମାନ-ସମ୍ମାନ ମିଳିବ। ବନ୍ଧୁଙ୍କ ସହ ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।