ମେଷ: ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ, ବିଫଳ ହୋଇପାରନ୍ତି। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।
ବୃଷ: ଆର୍ଥିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟକ୍ଷେତ୍ରରେ ଥିବା ଲୋକଙ୍କୁ ଆଶାମୁତାବକ ଲାଭ ମିଳି ନ ପାରେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।
ମିଥୁନ: ଦିନଟି ଭଲରେ ଆରମ୍ଭ ହେବ। ପରିବାର ଲୋକଙ୍କ ସହିତ ସମୟ ବିତାଇବେ। ଆୟ ଅନୁସାରେ ବ୍ୟୟ ବଢ଼ିବ।
କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ନକାରାତ୍ମକ ଚିନ୍ତାରୁ ଦୂରେଇ ରହିବାକୁ ପ୍ରୟାସ କରନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ସିଂହ: ଅପରାହ୍ଣଠାରୁ ଦିନଟି ଭଲରେ କଟିବ। ସ୍ୱାସ୍ଥ୍ୟ ଭଲ ରହିବ। ଶୁଭ ଖବର ଶୁଣି ପାରନ୍ତି।
କନ୍ୟା: ଆର୍ଥିକ ସ୍ଥିତି ଭଲ ରହିବ। ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।
ତୁଳା: ସମାଜରେ ମାନ-ପ୍ରତିଷ୍ଠା ବଢ଼ିବ। ପରିବାର ଲୋକଙ୍କ ସହ ହସଖୁସିରେ ଦିନଟି କାଟିବେ।ଖର୍ଚ୍ଚ ବଢ଼ିବ।
ବିଛା: ପ୍ରତିକୂଳ ସ୍ଥିତିର ସମ୍ମୁଖୀନ ହେବେ। ଉଚ୍ଚ ଅଧିକାରୀଙ୍କ ସହ ପାଟିତୁଣ୍ଡ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହୋଇ ପାରନ୍ତି।
ଧନୁ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।
ମକର: ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ। ସ୍ୱାସ୍ଥ୍ୟ ଜନିତ କୌଣସି ସମସ୍ୟା ଦେଖାଯାଇପାରେ। ଅଧିକ ଅର୍ଥ ଖର୍ଚ୍ଚ ହୋଇପାରେ।
କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ମନୋରଞ୍ଜନ କାର୍ଯ୍ୟକ୍ରମରେ ସାମିଲ ହୋଇପାରନ୍ତି।
ମୀନ: ଦିନଟି ଭଲରେ କଟିବ। ଧନପ୍ରାପ୍ତି ଯୋଗ ରହିଛି। ଅଯଥାରେ କୌଣସି ବିବାଦୀୟ ପ୍ରସଙ୍ଗରେ ପସନ୍ତୁ ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।