୨୬ ଜୁଲାଇ, ଶୁକ୍ରବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

ମେଷ:  ବନ୍ଧୁଙ୍କ ସହିତ ସମୟ ବିତାଇବେ। ଆର୍ଥିକ ସ୍ଥିତି ଭଲ ରହିବ। ଦୂରସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି।

ବୃଷ: ବାଦ-ବିବାଦରୁ ଦୂରେଇ ରୁହନ୍ତୁ। କୌଣସି କଥାକୁ ନେଇ ଚିନ୍ତିତ ରହିବେ। କାହାକୁ ଋଣ ଦିଅନ୍ତୁ ନାହିଁ।

ମିଥୁନ: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ପଦୋନ୍ନତିର ଯୋଗ ରହିଛି।

କର୍କଟ:  ଖାଦ୍ୟପେୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ମଧ୍ୟାହ୍ଣ ପରେ ଶୁଭ ଖବର ମିଳିବ।

ସିଂହ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣିପାରନ୍ତି। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ତୁଳା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଆତ୍ମବିଶ୍ୱାସ ବଢ଼ିବ।

ବିଚ୍ଛା: ଦିନଟି ଭଲରେ କଟିବ। ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ଦେଖାହୋଇପାରେ।

ଧନୁ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମକର: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

କୁମ୍ଭ:  ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଖର୍ଚ୍ଚ ବଢ଼ିବ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମୀନ:  ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ।